ଏସ୍‌ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ

ଯାଜପୁରରୋଡ୍‌,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍‌ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍‌ଠାରେ ଅବସ୍ଥାପିତ କରାଯାଇଥିଲା। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ଯାଜପୁର ଜିଲାର ୨୭ ଏବଂ କେନ୍ଦ୍ରାପଡ଼ା ଜିଲାର ୨୪ ସମୁଦାୟ ୫୧ ଷ୍ଟେଟ୍‌ ବ୍ୟାଙ୍କ ଶାଖା କାର୍ଯ୍ୟକରୁଛି। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ବଡ଼ବଡ଼ ବ୍ୟବସାୟିକ ସଂସ୍ଥାମାନଙ୍କୁ ଉଚ୍ଚ ହାରରେ ଋଣ ଅନୁମତି ପ୍ରଦାନ କରାଯାଇଥାଏ। ତତ୍‌ସହିତ ଗ୍ରାହକଙ୍କ ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ସମସ୍ୟା ଓ ଅସୁବିଧାର ସମାଧାନ ଏଠାରେ କରାଯାଏ। ବିଭିନ୍ନ ବ୍ୟାଙ୍କ ଶାଖାରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ବଦଳି ସମ୍ବନ୍ଧୀୟ ନିଷ୍ପତ୍ତି ଆଞ୍ଚଳିକ ପ୍ରବନ୍ଧକ ନେଇଥାନ୍ତି। ତେବେ ୨ ଜିଲାର ଷ୍ଟେଟ୍‌ ବ୍ୟାଙ୍କ ଶାଖାଗୁଡ଼ିକର ସମସ୍ତ କାର୍ଯ୍ୟ ପରିଚାଳିତ ହେଉଥିବା ଏଭଳି ଏକ କାର୍ଯ୍ୟାଳୟକୁ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ କରାଯାଇଛି। ଏହାକୁ କେନ୍ଦୁଝର ଆଞ୍ଚଳିକ କାର୍ଯ୍ୟାଳୟ ସହ ମିଶ୍ରଣ କରି ଯାଜପୁରରୋଡ୍‌ରୁ ଉଠାଇ ନେବାକୁ ଯୋଜନା ହେଉଥିବା ଖବର ମିଳିଛି। ବର୍ତ୍ତମାନ ଯାଜପୁରରୋଡ୍‌ ଏବଂ ଯାଜପୁର ଜିଲାକୁ ଶ୍ରୀହୀନ କରିବା ପାଇଁ ଷ୍ଟେଟ ବ୍ୟାଙ୍କ ଉଚ୍ଚ କର୍ତ୍ତୃପକ୍ଷ ଚକ୍ରାନ୍ତ କରି ସ୍ଥାନାନ୍ତରିତ ନିଷ୍ପତ୍ତି ନେଇଛନ୍ତି ବୋଲି ଅଭିଯୋଗ ହେଉଛି। ଏହା ଜୁନ ପହିଲାରୁ କେନ୍ଦୁଝରଠାରେ କାର୍ଯ୍ୟକାରୀ ହେବ ବୋଲି ବିଶେଷ ସୂତ୍ରରୁ ଖବରପ୍ରାପ୍ତ ହୋଇଛି। ତେବେ ଦୀର୍ଘ ୧୮ ବର୍ଷ ଧରି କାର୍ଯ୍ୟ କରୁଥିବା ଏହି ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ନିଷ୍ପତ୍ତି ଜିଲାର ବ୍ୟବସାୟୀ ଓ ସହରବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ସୃଷ୍ଟି କରିଛି। ବ୍ୟାଙ୍କର ଉଚ୍ଚ କର୍ତ୍ତୃପକ୍ଷଙ୍କ ଏହି ନିଷ୍ପତ୍ତିକୁ କୋରେଇ ସଂଗ୍ରାମ ସମିତି ଓ ଯାଜପୁରରୋଡ୍‌ ସିଭିଲି ସୋସାଇଟି ତୀବ୍ର ବିରୋଧ କରିଛି। ଏଭଳି ନିଷ୍ପତ୍ତିରୁ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ନ ଓହରିଲେ ଜନ ଆନ୍ଦୋଳନ ହେବ ବୋଲି ଲୋକେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଆଞ୍ଚଳିକ କାର୍ଯ୍ୟାଳୟର ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri