ଏସ୍‌ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ

ଯାଜପୁରରୋଡ୍‌,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍‌ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍‌ଠାରେ ଅବସ୍ଥାପିତ କରାଯାଇଥିଲା। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ଯାଜପୁର ଜିଲାର ୨୭ ଏବଂ କେନ୍ଦ୍ରାପଡ଼ା ଜିଲାର ୨୪ ସମୁଦାୟ ୫୧ ଷ୍ଟେଟ୍‌ ବ୍ୟାଙ୍କ ଶାଖା କାର୍ଯ୍ୟକରୁଛି। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ବଡ଼ବଡ଼ ବ୍ୟବସାୟିକ ସଂସ୍ଥାମାନଙ୍କୁ ଉଚ୍ଚ ହାରରେ ଋଣ ଅନୁମତି ପ୍ରଦାନ କରାଯାଇଥାଏ। ତତ୍‌ସହିତ ଗ୍ରାହକଙ୍କ ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ସମସ୍ୟା ଓ ଅସୁବିଧାର ସମାଧାନ ଏଠାରେ କରାଯାଏ। ବିଭିନ୍ନ ବ୍ୟାଙ୍କ ଶାଖାରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ବଦଳି ସମ୍ବନ୍ଧୀୟ ନିଷ୍ପତ୍ତି ଆଞ୍ଚଳିକ ପ୍ରବନ୍ଧକ ନେଇଥାନ୍ତି। ତେବେ ୨ ଜିଲାର ଷ୍ଟେଟ୍‌ ବ୍ୟାଙ୍କ ଶାଖାଗୁଡ଼ିକର ସମସ୍ତ କାର୍ଯ୍ୟ ପରିଚାଳିତ ହେଉଥିବା ଏଭଳି ଏକ କାର୍ଯ୍ୟାଳୟକୁ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ କରାଯାଇଛି। ଏହାକୁ କେନ୍ଦୁଝର ଆଞ୍ଚଳିକ କାର୍ଯ୍ୟାଳୟ ସହ ମିଶ୍ରଣ କରି ଯାଜପୁରରୋଡ୍‌ରୁ ଉଠାଇ ନେବାକୁ ଯୋଜନା ହେଉଥିବା ଖବର ମିଳିଛି। ବର୍ତ୍ତମାନ ଯାଜପୁରରୋଡ୍‌ ଏବଂ ଯାଜପୁର ଜିଲାକୁ ଶ୍ରୀହୀନ କରିବା ପାଇଁ ଷ୍ଟେଟ ବ୍ୟାଙ୍କ ଉଚ୍ଚ କର୍ତ୍ତୃପକ୍ଷ ଚକ୍ରାନ୍ତ କରି ସ୍ଥାନାନ୍ତରିତ ନିଷ୍ପତ୍ତି ନେଇଛନ୍ତି ବୋଲି ଅଭିଯୋଗ ହେଉଛି। ଏହା ଜୁନ ପହିଲାରୁ କେନ୍ଦୁଝରଠାରେ କାର୍ଯ୍ୟକାରୀ ହେବ ବୋଲି ବିଶେଷ ସୂତ୍ରରୁ ଖବରପ୍ରାପ୍ତ ହୋଇଛି। ତେବେ ଦୀର୍ଘ ୧୮ ବର୍ଷ ଧରି କାର୍ଯ୍ୟ କରୁଥିବା ଏହି ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ନିଷ୍ପତ୍ତି ଜିଲାର ବ୍ୟବସାୟୀ ଓ ସହରବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ସୃଷ୍ଟି କରିଛି। ବ୍ୟାଙ୍କର ଉଚ୍ଚ କର୍ତ୍ତୃପକ୍ଷଙ୍କ ଏହି ନିଷ୍ପତ୍ତିକୁ କୋରେଇ ସଂଗ୍ରାମ ସମିତି ଓ ଯାଜପୁରରୋଡ୍‌ ସିଭିଲି ସୋସାଇଟି ତୀବ୍ର ବିରୋଧ କରିଛି। ଏଭଳି ନିଷ୍ପତ୍ତିରୁ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ନ ଓହରିଲେ ଜନ ଆନ୍ଦୋଳନ ହେବ ବୋଲି ଲୋକେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଆଞ୍ଚଳିକ କାର୍ଯ୍ୟାଳୟର ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri