ପ୍ରେମ ନିବେଦନ କରି ବନ୍ଧାହେଲେ କନ୍‌ଷ୍ଟେବଳ

ମାର୍ଶାଘାଇ,୧୩।୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଜଣେ ବିବାହିତା ମହିଳାଙ୍କୁ ବାରମ୍ବାର ପ୍ରେମ ନିବେଦନ କରିବା, ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ଜୀବନରେ ମାରିଦେବା ଆଦି ଧମକ ଦେବା ଅଭିଯୋଗରେ ଜଣେ କନ୍‌ଷ୍ଟେବଲଙ୍କୁ ବୁଧବାର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ଅଜୟ ସାହୁ। ତାଙ୍କ ବିରୋଧରେ ମାର୍ଶାଘାଇ ଥାନାରେ ନଂ.୨୫୩/୨୫ରେ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଇନ୍ସପେକ୍ଟର ନାରାୟଣ ସାହୁ କହିିଛନ୍ତି। .
ଯେ, ମାର୍ଶାଘାଇ ଅଞ୍ଚଳର ଜଣେ ବିବାହିତା ମହିଳା କୌଣସି ଏକ ମାମଲା ନେଇ ମାର୍ଶାଘାଇ ଥାନାକୁ ଯାଇଥିବା ବେଳେ ସେତେବେଳେ କାର୍ଯ୍ୟରତ କନ୍‌ଷ୍ଟେବଲ ଅଜୟ ସାହୁଙ୍କ ସହ ତାଙ୍କର ପରିଚୟ ହୋଇଥିଲା। ଅଜୟ ତାଙ୍କ ଫୋନ ନମ୍ବର ରଖିଥିଲେ। ଇତିମଧ୍ୟରେ ଅଜୟଙ୍କର କୁଦାନଗରୀ ଥାନାକୁ ବଦଳି ହୋଇଯାଇଥିଲା। ଅଗଷ୍ଟ ୨୨ ତାରିଖରେ ଅଜୟ ଉକ୍ତ ମହିଳାଙ୍କୁ ମୋବାଇଲରେ ଫୋନ କରି ପ୍ରେମ ନିବେଦନ କରିବା ସହ ବାହାରକୁ ବୁଲିଯିବା ପାଇଁ ପ୍ରସ୍ତାବ ଦେଇଥିଲେ। ମହିଳା ଜଣକ ଏହାକୁ ପ୍ରତ୍ୟାଖ୍ୟାନ କରିବାରୁ ସେ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଭିଡିଓ ସେତେବେଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ମହିଳା ଜଣକ ମାର୍ଶାଘାଇ ଥାନାରେ ଏ ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ମାମଲା ରୁଜୁ ହେବାରୁ କନ୍‌ଷ୍ଟେବଲ ଅଜୟ ଗିରଫ ଭୟରେ ଫେରାର ହୋଇଯାଇଥିଲେ। ପରେ ଜିଲା ପୋଲିସ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଥିଲା। ମାର୍ଶାଘାଇ ପୋଲିସ ବୁଧବାର ଶିଳିପୁରରେ ଥିବା ଅଜୟଙ୍କ ଭଡା ଘରେ ଚଢ଼ାଉ କରି ତାଙ୍କୁ ଗିରଫ କରିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri