ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ: କନଷ୍ଟେବଳ ଗିରଫ, ୨୧ କେଜି ଗଞ୍ଜେଇ ଜବତ

ସମ୍ବଲପୁର/ରେଙ୍ଗାଲି,୩୦।୮ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା ରେଙ୍ଗାଲିରେ ଜିଆର୍‌ପି ଗାଡ଼ି (ଓଡି-୦୫-ଏପି-୨୭୪୪)ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ରେଙ୍ଗାଲି ଥାନା ପୋଲିସ ହାତରେ ଧରା ପଡ଼ିଛି। ଗାଡିରୁ ୨୧ କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଝାରସୁଗୁଡା ଜିଆର୍‌ପି କାର୍ଯ୍ୟରତ ଉକ୍ତ ଗାଡିର ଡ୍ରାଇଭର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କୁ ପୋଲିସ ଗିରଫ କରିଛି । ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅଭିଯକ୍ତଙ୍କୁ ପୋଲିସ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ସମ୍ବଲପୁର ସର୍କଲ ଜେଲ ପଠାଇ ଦିଆଯାଇଛି । ଅନ୍ୟପକ୍ଷେ ରାଉରକେଲା ଜିଆରପି ଏସ୍‌ପିଙ୍କ କାର୍ଯ୍ୟାଳୟରୁ କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ରଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri