ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ: କନଷ୍ଟେବଳ ଗିରଫ, ୨୧ କେଜି ଗଞ୍ଜେଇ ଜବତ

ସମ୍ବଲପୁର/ରେଙ୍ଗାଲି,୩୦।୮ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା ରେଙ୍ଗାଲିରେ ଜିଆର୍‌ପି ଗାଡ଼ି (ଓଡି-୦୫-ଏପି-୨୭୪୪)ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ରେଙ୍ଗାଲି ଥାନା ପୋଲିସ ହାତରେ ଧରା ପଡ଼ିଛି। ଗାଡିରୁ ୨୧ କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଝାରସୁଗୁଡା ଜିଆର୍‌ପି କାର୍ଯ୍ୟରତ ଉକ୍ତ ଗାଡିର ଡ୍ରାଇଭର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କୁ ପୋଲିସ ଗିରଫ କରିଛି । ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅଭିଯକ୍ତଙ୍କୁ ପୋଲିସ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ସମ୍ବଲପୁର ସର୍କଲ ଜେଲ ପଠାଇ ଦିଆଯାଇଛି । ଅନ୍ୟପକ୍ଷେ ରାଉରକେଲା ଜିଆରପି ଏସ୍‌ପିଙ୍କ କାର୍ଯ୍ୟାଳୟରୁ କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ରଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri