Posted inଜାତୀୟ

ବାପା କନଷ୍ଟେବଳ ହେଲେ ପୁଅ ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କ ପାଇଁ ଜେଲ୍‌ରେ ଖର୍ଚ୍ଚ କରନ୍ତି ୪୦ଲକ୍ଷ ଟଙ୍କା, ୧୧୦ ଏକର ଜମିକୁ…

ନୂଆଦିଲ୍ଲୀ,୨୦।୧୦: ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇଙ୍କ ପାଇଁ ତାଙ୍କ ପରିବାର ପ୍ରତି ବର୍ଷକୁ ୩୫-୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି। ଜାଣି ଆଶ୍ଚର୍ଯ୍ୟ ହେଉଥିଲେ ବି ସତ। ଏନେଇ ଲରେନ୍ସଙ୍କ ଭାଇ ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। କିଛିଦିନ ପୂର୍ବରୁ ଏନସିପି ନେତା ଓ ମହାରାଷ୍ଟ୍ରର ପୂର୍ବ ମନ୍ତ୍ରୀ ବାବା ସିଦ୍ଦିକଙ୍କୁ ରାତି ଅଧରେ ଗୁଳିକରି ହତ୍ୟା କରାଯାଇଥିଲା। ଯାହାକୁ ନେଇ ବିଷ୍ଣୋଇ ଗ୍ୟାଙ୍ଗ ଏହି ହତ୍ୟା କରିଥିବା ସୂଚନା ଦେଇଥିଲା। ଲରେନ୍ସ ବର୍ତ୍ତମାନ ଗୁଜୁରାଟର ଅହମ୍ମଦବାଦର ସାବରମତୀ ସେଣ୍ଟ୍ରାଲ ଜେଲରେ କଏଦ ଅଛନ୍ତି। ଜାଣି ତାଜୁବ ହେବେ ଯେ ଏହି ଗ୍ୟାଙ୍ଗଷ୍ଟାରଜଣକ ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ସ୍ନାତକ କରିଛନ୍ତି।

ତେବେ ଲରେନ୍ସଙ୍କ ଭାଇ ରମେଶ ବିଷ୍ଣୋଇ ଗଣମାଧ୍ୟମକୁ କହିଛନ୍ତି, ଆମ ପରିବାର କେବେ ଭାବି ନ ଥିଲେ କି, ଲରେନ୍ସ ଏପରି ଅପରାଧୀ ପାଲଟିଯିବେ। ଆମ ପରିବାର ଧନୀ ଅଟେ। ଲରେନ୍ସଙ୍କ ବାପା ହରିୟାଣା ପୋଲିସରେ କନଷ୍ଟେବଳ ଭାବରେ କାର୍ଯ୍ୟ କରୁଛନ୍ତି। ଆଉ ଆମ ଗାଁରେ ୧୧୦ ଏକର ଜମି ଅଛି। ଲରେନ୍ସ ସବୁବେଳେ ଦାମୀ ଜୋତା ଓ ପୋଷାକ ପିନ୍ଧୁଥିଲା। ହେଲେ ସେ ଏବେ ଜେଲରେ ଥିବାରୁ ଆମ ପରିବାର ତାଙ୍କ ପାଇଁ ୩୫-୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି।

ଅନେକ ହାଇ-ପ୍ରୋଫାଇଲ ମାମଲା ସହିତ ଜଡିତ ଲରେନ୍ସ, ପଞ୍ଜାବର ଫିରୋଜପୁରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ବାଲକରନ ବ୍ରାର, ଯିଏ ହତ୍ୟା ଏବଂ ଚୋରା ଚାଲାଣ ଭଳି ଅନେକ ଅପରାଧିକ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ତାଙ୍କ ମାଉସୀଙ୍କ ପାଇଁ ସ୍କୁଲ ଦିନରେ ତାଙ୍କ ନାଁ ‘ଲରେନ୍ସ’ କରିଥିଲେ।

ସୂଚନାଥାଉ କି, କାନାଡା ସରକାର ଅଭିଯୋଗ କରିଛନ୍ତି ଯେ ଲରେନ୍ସ ଗ୍ୟାଙ୍ଗ ଉତ୍ତର ଆମେରିକା ଦେଶରେ ‘ସରକାରୀ’ ଏଜେଣ୍ଟମାନଙ୍କ ସହ ସହଯୋଗ କରି ହିଂସାତ୍ମକ କାର୍ଯ୍ୟକଳାପ କରୁଛି। ତେବେ ଭାରତ ଏହି ଅଭିଯୋଗକୁ ଅସ୍ବୀକାର କରିଛି। ୨୦୧୫ରୁ ଲରେନ୍ସ ଜେଲରେ ଅଛନ୍ତି ଏବଂ ରାଜ୍ୟ ଆତଙ୍କବାଦ ନିରୋଧୀ ସ୍କାଡ (ଏଟିଏସ) ଏବଂ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଦ୍ୱାରା ଅନେକ ମାମଲାରେ ଅନୁସନ୍ଧାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri