ଭିଜିଲାନ୍ସ ଜାଲରେ କନଷ୍ଟେବଳ: ଦୀର୍ଘ ଦିନରୁ ଥିଲେ ସ୍କାନରରେ

ବାରିପଦା ଅଫିସ,୧୧।୧: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ପୋଲିସ କନଷ୍ଟେବଳଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। କନଷ୍ଟେବଳ ଜଣକ ହେଲେ ନୀହାର ରଞ୍ଜନ ଦଣ୍ଡପାଟ । ଆୟବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। କଟକ ଭିଜିଲାନ୍ସ ସେଲ ପକ୍ଷରୁ ତାଙ୍କର ପୈତୃକ ଘର, ଶ୍ୱଶୁର ଘର, ନିଜସ୍ବ ଘର, ବ୍ୟବସାୟ ପ୍ରତିଷ୍ଠାନରେ ଏକକାଳୀନ ଚଢ଼ାଉ ଜାରିରହିଛି। ଭିଜିଲାନ୍ସର ୬ଟି ଟିମ୍‌ରେ ୩୫ ଜଣ ଅଫିସର ଜିଲାର ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଥିବା ବିଶେଷ ସୂତ୍ରରୁ ସୂଚନାମିଳିଛି। କନଷ୍ଟେବଳ ନୀହାରଙ୍କ ପରିବାର ନାଁରେ ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ ରହିଥିବା ବେଳେ ଅନେକ ଚାରିଚକିଆ ଓ ଦୁଇଚକିଆ ଗାଡ଼ି ମଧ୍ୟ ରହିଛି । ବାରିପଦା ସହରର ଭଞ୍ଜପୁରଠାରେ ଥିବା ଏକ ୩ ମହଲା କୋଠା, ଗୋଟିଏ ଦୋକାନ ଘର, ପୈତୃକ ଗାଁ ଘରେ ଚଢ଼ାଉ ଜାରି ରହିଛି । କନଷ୍ଟେବଳ ଜଣକ ଦୀର୍ଘ ଦିନରୁ ଭିଜିଲାନ୍ସଙ୍କ ସ୍କାନରରେ ଥିଲେ । ଏବେ ମୟୂରଭଞ୍ଜ ପୋଲିସ ଏସ୍‌ପିଙ୍କ କାର୍ଯାଳୟରେ ସେ କାର୍ଯ୍ୟରତ ଅଛନ୍ତି । କିଛି ଦିନ ପୂର୍ବରୁ ସେ ଚାକିରିରୁ ଅବସର ନେବାପାଇଁ ଆବେଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri