ଭୁଜାଲି ଦେଖାଇ ଗୋରୁ ବେପାରୀଙ୍କ ଦାଦାଗିରି: ଗାଡ଼ିରୁ ଡେଇଁ କନଷ୍ଟେବଳ ଗୁରୁତର

ରୂପସା,୧।୭(ଡି.ଏନ.ଏ.):ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥରେ ଗୋରୁ ଚାଲାଣକାରୀଙ୍କ ଦାଦାଗିରି ଦିନକୁ ଦିନ ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ କରାଯାଇ ଗୋରୁଗୁଡ଼ିକୁ ଉଦ୍ଧାର କରାଯାଉଥିଲେ ମଧ୍ୟ ଗୋଚାଲାଣ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ଠାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ବେପାରୀ ଭୁଜାଲି ଦେଖାଇ ପୋଲିସକୁ ଭୟଭୀତ କରାଇବାରୁ ଗାଡ଼ିରୁ ଡେଇଁପଡ଼ି ଜଣେ କନଷ୍ଟେବଳ ଗୁରୁତର ହୋଇଛନ୍ତି।
ବସ୍ତା ଥାନା ଅମର୍ଦ୍ଦାରୋଡ଼ ଫାଣ୍ଡି ଅଧୀନ ଧିତପୂରାଠାରେ ଏକ ଟାଟା ଏସିଇ (ନଂ. ଓଡ଼ି୦୪-୪୨୨୭)ରେ ଗୋରୁଚାଲାଣ ହେଉଥିବା ଖବର ପାଇ ସ୍ଥାନୀୟ ଯୁବକମାନେ ଭ୍ୟାନ୍‌କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଗୋରୁ ବୋଝେଇ ଭ୍ୟାନ୍‌କୁ ଜବତ କରି ୪ ଗୋରୁକୁ ଗୋଶାଳାରେ ଛାଡ଼ିବାକୁ ନେଇଥିଲା। ରାତିରେ ଅନ୍ୟ କୌଣସି ଡ୍ରାଇଭର ନ ପାଇ ପୋଲିସ ସମ୍ପୃକ୍ତ ଭ୍ୟାନ ଡ୍ରାଇଭରଙ୍କ ସହ କନଷ୍ଟେବଳ ରମେଶ ଦାସଙ୍କୁ ବସାଇ ଥାନାକୁ ଆସୁଥିଲେ। ବାଲେଶ୍ୱର ଗୋଶାଳାରୁ ଫେରୁଥିବା ବେଳେ ପୋଲିସ ଭ୍ୟାନ ଓ ଜବତ ଭ୍ୟାନ ଆଗପଛ ହୋଇ ଚାଲିଥିଲା। ହଳଦୀପଦାଠାରେ ଭ୍ୟାନ ଡ୍ରାଇଭର ସିଟ୍‌ ତଳୁ ଏକ ଭୁଜାଲି ବାହାର କରି କନଷ୍ଟେବଳଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କନଷ୍ଟେବଳ ରମେଶ ଦାସ କୌଶଳକ୍ରମେ ଗେଟ୍‌ ଖୋଲି ଚଳନ୍ତା ଗାଡ଼ିରୁ ଡ଼ିଆଁ ମାରି ଗୁରୁତର ଆହତ ହୋଇଥିଲେ। ଏହାର ସୁଯୋଗ ନେଇ ଜବତ ଭ୍ୟାନ ସହିତ ଡ୍ରାଇଭର ଜଣକ ଚମ୍ପଟ ମାରିଥିଲେ। ଆହତ କନଷ୍ଟେବଳଙ୍କ ମୁଣ୍ଡ, ଗୋଡ଼ରେ ଶକ୍ତ ଆଘାତ ଲାଗିଥିବା ବେଳେ ତାଙ୍କୁ ସଙ୍ଗେ ସଙ୍ଗେ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri