Posted inଖେଳ

କ୍ରମାଗତ ବିପର୍ଯ୍ୟୟ

ଦୋହା, ୨୪।୧୧: କାତାର ଫିଫା ବିଶ୍ୱକପରେ କ୍ରମାଗତ ବିପର୍ଯ୍ୟୟ ଘଟିବାର ଲାଗିଛି। ଆର୍ଜେଣ୍ଟିନାକୁ ସାଉଦି ଆରବ ହରାଇବାର ଦିନକପରେ ୪ଥର ଚାମ୍ପିୟନ ଜର୍ମାନୀକୁ ପରାସ୍ତ କରି ବିସ୍ମୟ ସୃଷ୍ଟି କରିଛି ଜାପାନ। ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଏହି ମ୍ୟାଚରେ ଏକଦା ପଛୁଆ ରହିବା ସତ୍ତ୍ୱେ ସଫଳ ପ୍ରତ୍ୟାବର୍ତ୍ତନ କରି ଜର୍ମାନୀକୁ ୨-୧ ଗୋଲରେ ଜାପାନ ହରାଇ ଦେଇଛି।

ମ୍ୟାଚର ୩୧ତମ ମିନିଟରେ ଜାପାନର ଗୋନ୍‌ଡା ଫାଉଲ୍‌ କରିବାରୁ ଜର୍ମାନୀକୁ ପେନାଲ୍ଟି ସୁଯୋଗ ଦିଆ ଯାଇଥିଲା। ଜର୍ମାନୀର ଇଲ୍‌କେ ଗୁଏଣ୍ଡୋଗାନ ୩୩ତମ ମିନିଟରେ ଏହାକୁ ଗୋଲରେ ପରିଣତ କରି ଦଳକୁ ଅଗ୍ରଣୀ କରାଇଥିଲେ। ପ୍ରଥମାର୍ଦ୍ଧର ଅବଶିଷ୍ଟଭାଗ ଜର୍ମାନୀ ନିୟନ୍ତ୍ରଣରେ ରହିଥିଲା। ଦ୍ୱିତୀୟାର୍ଦ୍ଧରେ ଜର୍ମାନୀ ହାଲୁକା ହୋଇ ଯାଇଥିବାବେଳେ ୮ ମିନିଟ ମଧ୍ୟରେ ୨ଟି ଗୋଲ ଦେଇ ଜାପାନ ବିପର୍ଯ୍ୟୟ ଘଟାଇଥିଲା।

୭୫ତମ ମିନିଟରେ ରିତ୍‌ସୁ ଡୋଆନ ଗୋଲଟି ପରିଶୋଧ କରିଥିବାବେଳେ ୮୩ତମ ମିନିଟରେ ତାକୁମା ଆସାନୋ ଗୋଲ ଦେଇ ଜାପାନକୁ ଅଗ୍ରଣୀ କରାଇଥିଲେ। ଏହି ଗୋଲ ହିଁ ଶେଷରେ ନିର୍ଣ୍ଣାୟକ ସାଜିଥିଲା। ଜର୍ମାନୀ ଦଳ ବିଳମ୍ବରେ ଅଣ୍ଟା ଭିଡ଼ିଥିଲେ ହେଁ ଜାପାନ ରକ୍ଷଣଭାଗ ଆଉ ଗୋଲ ହେବାକୁ ଦେଇ ନ ଥିଲା। ସମାନଭାବେ ମଙ୍ଗଳବାର ମ୍ୟାଚରେ ସାଉଦି ଆରବ ୨-୧ ଗୋଲରେ ଆର୍ଜେଣ୍ଟିନାକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri