ଲଗାତର ପ୍ରଶ୍ନପତ୍ର ଲିକ୍‌: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ

ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍‌ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ ହୋଇଛି। ଏହା ଜଣାପଡ଼ିବା ପରେ ବିଶ୍ୱବିଦ୍ୟାଳୟ ଅଧୀନ ୨୦୫ କଲେଜରେ ପରୀକ୍ଷା ବାତିଲ କରିଦିଆଯାଇଛି। ଫଳରେ ପ୍ରାୟ ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ଏହାସହ ଏସ୍‌ୟୁ ପକ୍ଷରୁ ଏକ ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ କରାଯାଉଛି। ପ୍ରଶ୍ନପତ୍ର ତିଆରି ହୋଇଥିବା ସ୍ଥାନରୁ ଲିକ୍‌ ହୋଇଥିବା ସନ୍ଦେହ କରାଯାଉଛି। କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ କହିଛନ୍ତି, ପ୍ରଶ୍ନପତ୍ର ତିଆରି ଦାୟିତ୍ୱରେ ଥିବା କୁଚିଣ୍ଡା ସରକାରୀ ଆଡେଡ୍‌ କଲେଜର ଫିଜିକ୍ସ ଅଧ୍ୟାପକଙ୍କୁ ନୋଟିସ୍‌ କରାଯିବା ପରେ ସେ ଆସି ଲିଖିତ ଭାବେ ଜଣାଇଛନ୍ତି। ଶନିବାର ପୁଣି ଉକ୍ତ କଲେଜର ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ସହ ପ୍ରଶ୍ନପତ୍ର ଲିକ୍‌ ସମ୍ପର୍କରେ ଆଲୋଚନା କରାଯିବ। ଅନ୍ୟପଟେ ପ୍ରଶ୍ନପତ୍ର ସେଟ୍‌ ଦାୟିତ୍ୱରେ ଥିବା ଏସ୍‌ୟୁର ଅଧ୍ୟାପକ ଓ ଅଧିକାରୀଙ୍କୁ ମଧ୍ୟ ପଚରାଉଚୁରା କରାଯାଉଛି। ଏଥିରେ ଯାହାର ଲିଙ୍କ୍‌ ଥିବା ଜଣାପଡ଼ିିବ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବାତିଲ ହୋଇଥିବା ଏଜୁକେଶନ ପରୀକ୍ଷା ଜୁଲାଇ ୧୯ ଓ ଫିଜିକ୍ସ ପରୀକ୍ଷା ଜୁଲାଇ ୨୨ରେ ଅନୁଷ୍ଠିତ ହେବ ବୋଲି କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ ସୂଚନା ଦେଇଛନ୍ତି।
କୁଳପତି ମିତ୍ତଲ ଆହୁରି କହିଛନ୍ତି, ଏହା ଏକ ଦୁର୍ଭାଗ୍ୟଜନକ ଘଟଣା। ଏ ନେଇ ବୁର୍ଲା ଥାନାରେ ଅଭିଯୋଗ କରାଯାଇଛି। ସାଇବର ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଦୁଇଟି ସ୍ଥାନରୁ ଲିକ୍‌ ହୋଇଥିବା ସନ୍ଦେହ କରାଯାଉଛି। ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀଙ୍କୁ ନୋଟିସ୍‌ କରାଯାଇଛି। ଆଗକୁ ବାକି ରହିଥିବା ସମସ୍ତ ବିଷୟର ପ୍ରଶ୍ନପତ୍ରରେ ପରିବର୍ତ୍ତନ କରାଯିବ। ପୁଣିଥରେ ପ୍ରଶ୍ନପତ୍ର ତିଆରି କରାଯିବ। ତାହାକୁ ପରୀକ୍ଷାର ୧ଘଣ୍ଟା ପୂର୍ବରୁ ବିଭିନ୍ନ କଲେଜକୁ ମେଲ୍‌ କରାଯିବ। ସେମାନେ ପ୍ରଶ୍ନପତ୍ର ଡାଉନ୍‌ଲୋଡ କରି ସୁବିଧାରେ ପରୀକ୍ଷା କରିପାରିବେ। ଘଟଣାକୁ ନେଇ ସବୁ ଦିଗରୁ ତଦନ୍ତ କରାଯାଉଛି। କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଶ୍ଚିତ ଭାବେ ଗ୍ରହଣ କରାଯିବ ବୋଲି କୁଳପତି ମିତ୍ତଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?