କୋଇଡ଼ା ବିଡିଓଙ୍କୁ ନେଇ ବିଧାନସଭା ଅଚଳ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କୋଇଡ଼ା ବିଡିଓ ବିଧାୟକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗରେ ବିରୋଧୀ ଦଳ ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଶନିବାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ ହେବା ମାତ୍ରେ ସିପିଆଇ(ଏମ୍‌) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା କୋଇଡା ବିଡିଓ ଅସମ୍ମାନ କରୁଥିବା ନେଇ ଅଭିଯୋଗ କରି ଗୃହରେ ଧାରଣା ଦେଇଥିଲେ। ବାଚସ୍ପତିଙ୍କ ରୁଲିଂ ସତ୍ତ୍ୱେ ବିଡିଓଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। କର୍ମଚାରୀମାନେ କଲମ ଛାଡ଼ ଆନ୍ଦୋଳନ କରୁଛନ୍ତି। ବିଧାନସଭା ମୋର କିଛି କରିପାରିବ ନାହିଁ ବୋଲି ବିଡିଓ କହୁଥିବା କଥା ନେଇ ସେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଡିଓଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନ ଯିବା ଯାଏ ଗୃହରେ ଧାରଣାରେ ବସିବେ ବୋଲି ସେ କହିଥିଲେ। ଏହି ପ୍ରସଙ୍ଗରେ ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟ ଲକ୍ଷ୍ମଣ ମୁଣ୍ଡାଙ୍କୁ ସମର୍ଥନ କରି ବିଧାନସଭାରେ ପ୍ରବଳ ହୋହଲ୍ଲା କରିଥିଲେ। ଫଳରେ ବିଧାନସଭାରେ କ୍ୱେଶ୍ଚିନ ଆଓ୍ବାର ଚାଲିପାରି ନ ଥିଲା। ବାଚସ୍ପତି ବାଧ୍ୟ ହୋଇ ମାତ୍ର ୩ ମିନିଟ ପରେ ଗୃହକୁ ପୂର୍ବାହ୍ନ ୧୧ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ। ଶୂନ୍ୟକାଳରେ ମଧ୍ୟ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ। ପ୍ରବଳ ହଟ୍ଟଗୋଳ ହେବାରୁ ଗୃହ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରାଯାଇଥିଲା। ଅପରାହ୍ନରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣି ବିରୋଧୀ ଦଳ ସମାନ ପ୍ରସଙ୍ଗରେ ହଟ୍ଟଗୋଳ କରିଥିଲେ। କୋଇଡ଼ା ବିଡିଓଙ୍କ ବିରୋଧରେ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଆଣିଥିବା ଅଭିଯୋଗ ନେଇ ଗୃହରେ ବିବୃତି ରଖିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିଲେ । ସରକାର ଏହାକୁ ଗୁରୁତର ସହ ବିଚାର କରିଛନ୍ତି। ବିହିତ ପଦକ୍ଷେପ ନେବାକୁ ଚିନ୍ତା କରାଯାଉଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିବୃତି ରଖିବା ପରେ ଗୃହ କାର୍ଯ୍ୟ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri