ନଭେମ୍ବର ୨୬ରେ ରାଜ୍ୟବ୍ୟାପୀ ପାଳନ ହେବ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଜଣାଇଛନ୍ତି । ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ସରକାରୀ ଉଦ୍ୟୋଗ ବିଭାଗ ଅଧୀନ ସ୍କୁଲ, କଲେଜ, ସରକାରୀ ଉଦ୍ୟୋଗ ଓ ସ୍ବୟଂଶାସିତ ପ୍ରତିଷ୍ଠାନଗୁଡ଼ିକରେ ଏହି ସମ୍ବିଧାନ ଦିବସ ସ୍ବତନ୍ତ୍ର ଭାବେ ପାଳିତ ହେବ । ଏହି ଦିବସ ପାଳନ ସମୟରେ ଭାରତୀୟ ସମ୍ବିଧାନର ମୁଖବନ୍ଧକୁ ପାଠ କରାଯିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ, ମୁଖ୍ୟ ନିର୍ଦ୍ଦେଶାଳୟ ଏବଂ ଜିଲାପାଳମାନେ ଏହି ଦିବସକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri