ରାଜ୍ୟରେ ସାମ୍ବିଧାନିକ ଶାସନ ଚାଲୁନାହିଁ: ମୋହନ

ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ଏସ୍‌ଟି କମିଶନ ସଦସ୍ୟ ଅନନ୍ତ ନାୟକ ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜନଶୁଣାଣି ପାଇଁ ଯାଇଥିଲେ। ବଳଭଦ୍ରପୁର ଏବଂ ଓରିଆ ଅଞ୍ଚଳରେ ଶାସକ ଦଳର ନେତାଙ୍କ ଦ୍ୱାରା କିଛି ପ୍ରାୟୋଜିତ ଆଦିବାସୀ ଲୋକ ଅନନ୍ତ ନାୟକଙ୍କୁ ଅଟକାଇବା ସହ ତାଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ଏସ୍‌ଟି କମିଶନ ସଦସ୍ୟଙ୍କୁ ଜିଲା ପ୍ରଶାସନ ସୁରକ୍ଷା ଦେବାରେ ବିଫଳ ହୋଇଛି। ଗୋଇନ୍ଦା ବିଭାଗ ବାରମ୍ବାର ବିଫଳ ହେଉଛି କାହିଁକି ।
କାଞ୍ଜିପାଣି ପୋଲିସ ଷ୍ଟେଶନର ୧୦୦ ମିଟର ଦୂରରେ ଘଟଣା ଘଟିବା ଓ ପୂର୍ବରୁ ଅନୁମତି ନ ନେଇ ଏତେ ଲୋକ ରୁଣ୍ଡ ହେବା ପୋଲିସ ବିଭାଗ କେମିତି ଜାଣିପାରିଲା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ସରକାର ଏବଂ ସ୍ଥାନୀୟ ପ୍ରଶାସନର ଅସଲ ମୁଖା ଖୋଲିଯିବା ଭୟରେ ଅସ୍ତବ୍ୟସ୍ତ ହୋଇ ଜିଲା ପ୍ରଶାସନ ଏଭଳି ଘଟଣା ଘଟାଇବାରେ ପ୍ରଚ୍ଛଦପଟ ନାୟକ ସାଜିଛି ବୋଲି ସେ ଅଭିଯୋଗ କରିଛନ୍ତି। ଏକ ସପ୍ତାହ ତଳେ ହରିଚନ୍ଦନପୁରରେ ମଧ୍ୟ ନାୟକଙ୍କୁ ବିରୋଧ କରାଯାଇଥିଲା । ଶାସକ ବିଜେଡିର କିଛି ନେତା ଓ କର୍ମୀ ପ୍ରାୟୋଜିତ ଭାବେ ଏଭଳି ବିରୋଧ କରିବା ସହିତ ଜନଜାତି କମିଶନଙ୍କ କାମରେ ବାଧା ସୃଷ୍ଟି କରୁଛନ୍ତି ବୋଲି ମୋହନ କହିଛନ୍ତି। ଜନଜାତି ସ୍ବାର୍ଥ ବିରୋଧୀ କାଯର୍‌ୟରୁ ରାଜ୍ୟ ସରକାର ନିବୃତ୍ତ ନ ହେଲେ ଭାଜପା ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବ ବୋଲି ମାଝି କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ତଥା ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଆଦିବାସୀ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ବିଧାୟକ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri