Posted inଜାତୀୟ

ରାଜଦ୍ରୋହ ଆଇନର ସାମ୍ବିଧାନିକ ବୈଧତା, ୪ ଦିନରେ ଜବାବ୍‌ ଦାଖଲ କରିବେ କେନ୍ଦ୍ର ସରକାର, ମେ‘ ୫ରେ ଶୁଣାଣି…

ନୂଆଦିଲ୍ଲୀ, ୨୭।୪ : ରାଜଦ୍ରୋହ ଆଇନର (୧୨୪-ଏ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ବୁଧବାର ଦିନ ଶୁଣାଣି ହୋଇପାରି ନାହିଁ। କିନ୍ତୁ କୋର୍ଟ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ଏହି ସପ୍ତାହରେ ଏନେଇ କେନ୍ଦ୍ର ସରକାରଙ୍କ ଜବାବ ଦାଖଲ କରିବାକୁ କହିଛନ୍ତି।

ଆସନ୍ତା ୪ ଦିନ ମଧ୍ୟରେ କେନ୍ଦ୍ର ସରକାରଙ୍କୁ ଜବାବ ଦେବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି। ତେବେ ସୋଲିସିଟର ଜେନେରାଲ ଜବାବ ପ୍ରସ୍ତୁତ ରହିଛି ଏବଂ ୨ ଦିନ ମଧ୍ୟରେ ଏହାକୁ ଦାଖଲ କରାଯିବ ବୋଲି ସୂଚନା ଦେଇଛନ୍ତି।

ପରବର୍ତ୍ତୀ ଶୁଣାଣି ସ୍ଥଗିତ ରହିବ ନାହିଁ। ସୁପ୍ରିମକୋର୍ଟ ବର୍ତ୍ତମାନ ଏହି ମାମଲାର ଶୁଣାଣି ଆସନ୍ତା ମେ‘ ୫ ଓ ୬ ରେ କରିବେ। ଏହା ସହିତ ଅଦାଲତ ସ୍ପଷ୍ଟ କରିଛନ୍ତି ଯେ ଉଭୟ ତାରିଖ ଦିନ ଶୁଣାଣି ହେବ। ଗତ ବର୍ଷ ଏପ୍ରିଲରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପଚାରିଥିଲେ ଯେ ମହାତ୍ମା ଗାନ୍ଧୀଙ୍କ ପରି ଲୋକଙ୍କ ସ୍ବରକୁ ଦମନ କରିବା ପାଇଁ ବ୍ରିଟିଶ ସରକାର ଏହାକୁ ବ୍ୟବହାର କରୁଥିଲେ। ଉପନିବେଶ ଯୁଗର ରାଜଦ୍ରୋହ ଆଇନର ବ୍ୟାପକ ଅପବ୍ୟବହାରକୁ ନେଇ ଶୀର୍ଷ କୋର୍ଟଙ୍କ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଥିଲା।

ସୁପ୍ରିମକୋର୍ଟ କହିଛନ୍ତି ଯେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ସମ୍ମୁଖରେ ଅନେକ ପିଟିଶନରେ ଦେଶଦ୍ରୋହ ଆଇନକୁ ଚ୍ୟାଲେଞ୍ଜ କରାଯାଇଛି। ତେଣୁ ସମସ୍ତ ଆବେଦନର ଏକାଠି ଶୁଣାଣି କରାଯିବ। ସୁପ୍ରିମକୋର୍ଟ, ଏଡିଟର୍ସ ଗିଲ୍ଡ ଅଫ ଇଣ୍ଡିଆର ତଥା ପୂର୍ବତନ ମେଜର-ଜେନେରାଲ ଏସ.ଜି ୱେମାଟକେରଙ୍କ ଭାରତୀୟ ଦଣ୍ଡବିଧି ସଂହିତା ଧାରା ୧୨୪-ଏ(ଦେଶଦ୍ରୋହ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନ ସହିତ ଏକମତ ହୋଇଥିବାବେଳେ କହିଛନ୍ତି ଯେ ପ୍ରକୃତ ଚିନ୍ତା ହେଉଛି ଆଇନର ଅପବ୍ୟବହାର। ଫଳରେ ଏପରି ମାମଲା ବୃଦ୍ଧି ପାଉଛି ।

ଆବେଦନକାରୀମାନେ ଯୁକ୍ତି କରିଛନ୍ତି ଯେ ରାଜଦ୍ରୋହ ଆଇନ ସରକାରଙ୍କ ସହମତି ଏବଂ ଅସ୍ପଷ୍ଟ ପରିଭାଷା ଅଣ-ସାମ୍ବିଧାନିକ। ଯାହା ସମ୍ବିଧାନର ଧାରା ୧୯ (୧) (କ) ଅନୁଯାୟୀ ଅଭିବ୍ୟକ୍ତିର ସ୍ବାଧୀନତା ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri