Posted inଜାତୀୟ

ରାଜଦ୍ରୋହ ଆଇନର ସାମ୍ବିଧାନିକ ବୈଧତା, ୪ ଦିନରେ ଜବାବ୍‌ ଦାଖଲ କରିବେ କେନ୍ଦ୍ର ସରକାର, ମେ‘ ୫ରେ ଶୁଣାଣି…

ନୂଆଦିଲ୍ଲୀ, ୨୭।୪ : ରାଜଦ୍ରୋହ ଆଇନର (୧୨୪-ଏ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ବୁଧବାର ଦିନ ଶୁଣାଣି ହୋଇପାରି ନାହିଁ। କିନ୍ତୁ କୋର୍ଟ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ଏହି ସପ୍ତାହରେ ଏନେଇ କେନ୍ଦ୍ର ସରକାରଙ୍କ ଜବାବ ଦାଖଲ କରିବାକୁ କହିଛନ୍ତି।

ଆସନ୍ତା ୪ ଦିନ ମଧ୍ୟରେ କେନ୍ଦ୍ର ସରକାରଙ୍କୁ ଜବାବ ଦେବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି। ତେବେ ସୋଲିସିଟର ଜେନେରାଲ ଜବାବ ପ୍ରସ୍ତୁତ ରହିଛି ଏବଂ ୨ ଦିନ ମଧ୍ୟରେ ଏହାକୁ ଦାଖଲ କରାଯିବ ବୋଲି ସୂଚନା ଦେଇଛନ୍ତି।

ପରବର୍ତ୍ତୀ ଶୁଣାଣି ସ୍ଥଗିତ ରହିବ ନାହିଁ। ସୁପ୍ରିମକୋର୍ଟ ବର୍ତ୍ତମାନ ଏହି ମାମଲାର ଶୁଣାଣି ଆସନ୍ତା ମେ‘ ୫ ଓ ୬ ରେ କରିବେ। ଏହା ସହିତ ଅଦାଲତ ସ୍ପଷ୍ଟ କରିଛନ୍ତି ଯେ ଉଭୟ ତାରିଖ ଦିନ ଶୁଣାଣି ହେବ। ଗତ ବର୍ଷ ଏପ୍ରିଲରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପଚାରିଥିଲେ ଯେ ମହାତ୍ମା ଗାନ୍ଧୀଙ୍କ ପରି ଲୋକଙ୍କ ସ୍ବରକୁ ଦମନ କରିବା ପାଇଁ ବ୍ରିଟିଶ ସରକାର ଏହାକୁ ବ୍ୟବହାର କରୁଥିଲେ। ଉପନିବେଶ ଯୁଗର ରାଜଦ୍ରୋହ ଆଇନର ବ୍ୟାପକ ଅପବ୍ୟବହାରକୁ ନେଇ ଶୀର୍ଷ କୋର୍ଟଙ୍କ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଥିଲା।

ସୁପ୍ରିମକୋର୍ଟ କହିଛନ୍ତି ଯେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ସମ୍ମୁଖରେ ଅନେକ ପିଟିଶନରେ ଦେଶଦ୍ରୋହ ଆଇନକୁ ଚ୍ୟାଲେଞ୍ଜ କରାଯାଇଛି। ତେଣୁ ସମସ୍ତ ଆବେଦନର ଏକାଠି ଶୁଣାଣି କରାଯିବ। ସୁପ୍ରିମକୋର୍ଟ, ଏଡିଟର୍ସ ଗିଲ୍ଡ ଅଫ ଇଣ୍ଡିଆର ତଥା ପୂର୍ବତନ ମେଜର-ଜେନେରାଲ ଏସ.ଜି ୱେମାଟକେରଙ୍କ ଭାରତୀୟ ଦଣ୍ଡବିଧି ସଂହିତା ଧାରା ୧୨୪-ଏ(ଦେଶଦ୍ରୋହ) ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନ ସହିତ ଏକମତ ହୋଇଥିବାବେଳେ କହିଛନ୍ତି ଯେ ପ୍ରକୃତ ଚିନ୍ତା ହେଉଛି ଆଇନର ଅପବ୍ୟବହାର। ଫଳରେ ଏପରି ମାମଲା ବୃଦ୍ଧି ପାଉଛି ।

ଆବେଦନକାରୀମାନେ ଯୁକ୍ତି କରିଛନ୍ତି ଯେ ରାଜଦ୍ରୋହ ଆଇନ ସରକାରଙ୍କ ସହମତି ଏବଂ ଅସ୍ପଷ୍ଟ ପରିଭାଷା ଅଣ-ସାମ୍ବିଧାନିକ। ଯାହା ସମ୍ବିଧାନର ଧାରା ୧୯ (୧) (କ) ଅନୁଯାୟୀ ଅଭିବ୍ୟକ୍ତିର ସ୍ବାଧୀନତା ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri