Posted inଜାତୀୟ

ସଂଶୋଧିତ କୃଷି ଆଇନକୁ ଫେରାଇ ନିଆଯିବାର ସାମ୍ବିଧାନିକ ଉପାୟ…

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି। ଆନ୍ଦୋଳନ ଶେଷ କରିବାକୁ ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି। ତେବେ ସଂସଦରେ ଆଇନ ନ ଫେରିବା ପର୍ଯ୍ୟନ୍ତ ସେମାନଙ୍କ ଆନ୍ଦୋଳନ ଜାରି ରହିବ ବୋଲି କୃଷକ ନେତାମାନେ ଚେତାବନୀ ଦେଇଛନ୍ତି। ଏଭଳି ପରିସ୍ଥିତିରେ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଙ୍କି ମାରୁଛି ଯେ ଆଇନ କିପରି ପ୍ରତ୍ୟାହାର କରାଯିବ। ଏଥିପାଇଁ ସମଗ୍ର ସାମ୍ବିଧାନିକ ପ୍ରକ୍ରିୟା ଅନୁସରଣ କରାଯିବ।

ଭାରତର ସମ୍ବିଧାନରେ ଯେକୌଣସି ଆଇନ ପ୍ରଣୟନ ପାଇଁ ଯେଉଁ ଉପାୟ ଅବଲମ୍ବନ କରାଯାଇଥାଏ ସେହି ଉପାୟରେ ମଧ୍ୟ ଆଇନ ପ୍ରତ୍ୟାହାର କରାଯାଇଥାଏ। ପ୍ରଥମେ ପାର୍ଲାମେଣ୍ଟରେ ଆଇନର ପ୍ରତ୍ୟାହାର ଲାଗି ପ୍ରସ୍ତାବ ଅଣାଯାଇ ପରେ ଏହାକୁ ଆଇନ ମନ୍ତ୍ରଣାଳୟ ପାଖକୁ ପଠାଯିବ। ଆଇନ ମନ୍ତ୍ରଣାଳୟରୁ କ୍ଲିୟରାନ୍ସ ପାଇବା ପରେ ସଂପୃକ୍ତ ମନ୍ତ୍ରଣାଳୟ ଆଇନ ପ୍ରତ୍ୟାହାର ଆଧାରରେ ଏକ ବିଲ ପ୍ରସ୍ତୁତ କରି ସଂସଦରେ ଉପସ୍ଥାପନ କରିବେ।

ସଂସଦରେ ଏକ ଆଇନ ପ୍ରଣୟନ ପାଇଁ ଯେପରି ଏକ ବ୍ୟାପକ ଆଲୋଚନା ହୋଇଥାଏ ସେହିଭଳି ଏହାକୁ ପ୍ରତ୍ୟାହାର କରିବା ଲାଗି ମଧ୍ୟ କରାଯିବ। ଆଇନ ପ୍ରତ୍ୟାହାରକୁ ନେଇ ଉଭୟ ଗୃହରେ ବିତର୍କ କିମ୍ବା ଭୋଟ ମଧ୍ୟ କରାଯାଇପାରିବ। ଯଦି ଆଇନ ଫେରସ୍ତ ସପକ୍ଷରେ ଅଧିକ ଭୋଟ ରହିଥାଏ, ତେବେ ଆଇନ ପ୍ରତ୍ୟାହାର ପାଇଁ ବିଲ ପାସ କରାଯିବ।

ସମସ୍ତ ତିନୋଟି କୃଷି ନିୟମ ଗୋଟିଏ ବିଲ ମାଧ୍ୟମରେ ପ୍ରତ୍ୟାହାର କରାଯାଇପାରିବ। ସଂସଦର ଉଭୟ ଗୃହରୁ ଏହି ବିଲ ଫେରସ୍ତ ହେବା ପରେ ଏହାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦିଆଯିବ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଗେଜେଟରେ ପ୍ରକାଶିତ କରାଯିବ। ଏହା ସହିତ, ଆଇନ ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri