Posted inଜାତୀୟ

ରାମମନ୍ଦିର ନିର୍ମାଣ ବଜେଟ ୧୮ ଶହ କୋଟି ଟଙ୍କା ଟପିଲା…

ଅଯୋଧ୍ୟା, ୧୨।୯ : ରବିବାର ରାମ ଜନମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାମ ମନ୍ଦିର ନିର୍ମାଣରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ ଆଲୋଚନା ହୋଇଥିଲା ଯେଉଁଥିରେ ପ୍ରାୟ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଆକଳନ କରାଯାଇଛି। ସୂଚନା ଅନୁଯାୟୀ, ରାମ ମନ୍ଦିର କମ୍ପ୍ଲେକ୍ସରେ ଅନ୍ୟ ୭ ଟି ମନ୍ଦିର ମଧ୍ୟ ନିର୍ମାଣ କରାଯିବ। ମହର୍ଷି ବାଲ୍ମିକୀ, ମହର୍ଷି ବଶିଷ୍ଠ, ମହର୍ଷି ବିଶ୍ୱାମିତ୍ର, ମହର୍ଷି ଅଗସ୍ତ୍ୟ ସହିତ ନିଶାଦରାଜ, ମାତା ଶବରୀ ଏବଂ ଜଟାୟୁଙ୍କ ମନ୍ଦିର ନିର୍ମାଣ ହେବ।

ରାମ ମନ୍ଦିର ନିର୍ମାଣ କମିଟିର ବୈଠକରେ ରାମ ଜନମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ କହିଛନ୍ତି ଯେ ଏହି ସଭାରେ ୧୫ ଜଣ ଟ୍ରଷ୍ଟିଙ୍କ ମଧ୍ୟରୁ ୧୪ ଜଣ ଉପସ୍ଥିତ ଥିଲେ। ସେଥିମଧ୍ୟରୁ ୧୦ ଜଣ ଟ୍ରଷ୍ଟି ଏହି ସଭାରେ ଉପସ୍ଥିତ ଥିବାବେଳେ ଚାରିଜଣ ଟ୍ରଷ୍ଟି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ। ଏଥି ସହ କେନ୍ଦ୍ର ସରକାରଙ୍କ ପ୍ରତିନିଧୀ ଜ୍ଞାନେଶ କୁମାର ଏହି ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲେ ମଧ୍ୟ ସେ ଯୋଗ ଦେଇ ପାରି ନଥିଲେ।

ମନ୍ଦିରର ନିର୍ମାଣ କାର୍ଯ୍ୟ ୨ବର୍ଷ ଧରି ଚାଲିଛି। କାର୍ଯ୍ୟ ଆରମ୍ଭରେ, ମନ୍ଦିର ନିର୍ମାଣର ଖର୍ଚ୍ଚ କେହି ଆକଳନ କରିପାରି ନଥିଲେ। କିନ୍ତୁ ବର୍ତ୍ତମାନ ଆମେ ଏହାର ଆକଳନ କରିଛୁ। ସେ କହିଛନ୍ତି ଯେ ମନ୍ଦିରର ନିର୍ମାଣ କାର୍ଯ୍ୟରେ ବୋଧହୁଏ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କିନ୍ତୁ ଆଗାମୀ ଦିନରେ ଏହି ଖର୍ଚ୍ଚ ସଂଶୋଧିତ ମଧ୍ୟ ହୋଇପାରେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri