Posted inଜାତୀୟ

ରାମମନ୍ଦିର ନିର୍ମାଣ ବଜେଟ ୧୮ ଶହ କୋଟି ଟଙ୍କା ଟପିଲା…

ଅଯୋଧ୍ୟା, ୧୨।୯ : ରବିବାର ରାମ ଜନମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାମ ମନ୍ଦିର ନିର୍ମାଣରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ ଆଲୋଚନା ହୋଇଥିଲା ଯେଉଁଥିରେ ପ୍ରାୟ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଆକଳନ କରାଯାଇଛି। ସୂଚନା ଅନୁଯାୟୀ, ରାମ ମନ୍ଦିର କମ୍ପ୍ଲେକ୍ସରେ ଅନ୍ୟ ୭ ଟି ମନ୍ଦିର ମଧ୍ୟ ନିର୍ମାଣ କରାଯିବ। ମହର୍ଷି ବାଲ୍ମିକୀ, ମହର୍ଷି ବଶିଷ୍ଠ, ମହର୍ଷି ବିଶ୍ୱାମିତ୍ର, ମହର୍ଷି ଅଗସ୍ତ୍ୟ ସହିତ ନିଶାଦରାଜ, ମାତା ଶବରୀ ଏବଂ ଜଟାୟୁଙ୍କ ମନ୍ଦିର ନିର୍ମାଣ ହେବ।

ରାମ ମନ୍ଦିର ନିର୍ମାଣ କମିଟିର ବୈଠକରେ ରାମ ଜନମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ କହିଛନ୍ତି ଯେ ଏହି ସଭାରେ ୧୫ ଜଣ ଟ୍ରଷ୍ଟିଙ୍କ ମଧ୍ୟରୁ ୧୪ ଜଣ ଉପସ୍ଥିତ ଥିଲେ। ସେଥିମଧ୍ୟରୁ ୧୦ ଜଣ ଟ୍ରଷ୍ଟି ଏହି ସଭାରେ ଉପସ୍ଥିତ ଥିବାବେଳେ ଚାରିଜଣ ଟ୍ରଷ୍ଟି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ। ଏଥି ସହ କେନ୍ଦ୍ର ସରକାରଙ୍କ ପ୍ରତିନିଧୀ ଜ୍ଞାନେଶ କୁମାର ଏହି ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲେ ମଧ୍ୟ ସେ ଯୋଗ ଦେଇ ପାରି ନଥିଲେ।

ମନ୍ଦିରର ନିର୍ମାଣ କାର୍ଯ୍ୟ ୨ବର୍ଷ ଧରି ଚାଲିଛି। କାର୍ଯ୍ୟ ଆରମ୍ଭରେ, ମନ୍ଦିର ନିର୍ମାଣର ଖର୍ଚ୍ଚ କେହି ଆକଳନ କରିପାରି ନଥିଲେ। କିନ୍ତୁ ବର୍ତ୍ତମାନ ଆମେ ଏହାର ଆକଳନ କରିଛୁ। ସେ କହିଛନ୍ତି ଯେ ମନ୍ଦିରର ନିର୍ମାଣ କାର୍ଯ୍ୟରେ ବୋଧହୁଏ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କିନ୍ତୁ ଆଗାମୀ ଦିନରେ ଏହି ଖର୍ଚ୍ଚ ସଂଶୋଧିତ ମଧ୍ୟ ହୋଇପାରେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri