ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ ଦୁର୍ଘଟଣାର ସ୍ପଟ୍‌ ପାଲଟିଛି।

ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ୧୫୭ ନଂ ଜାତୀୟ ରାଜପଥରେ। ଏହି ରାଜପଥ ଫୁଲବାଣୀରୁ ରାଜଧାନୀ ଭୁବନେଶ୍ୱର ସଂଯୋଗ କରୁଛି। ଏହି ରାସ୍ତାରେ ଦୂତିପଡ଼ା ନିକଟସ୍ଥ ଜାମଝୋରିଠାରେ କିଛିବର୍ଷ ତଳେ ନୂତନ ପୋଲ ନିର୍ମାଣ କରାଯାଇଛି। ଯାହାର ନିର୍ମାଣ ଦାୟିତ୍ୱ ଫୁଲବାଣୀ ପୂର୍ତ୍ତ ବିଭାଗ ନିର୍ବାହ କରିଛି। ନିର୍ମାଣ ଦାୟିତ୍ୱରେ ଥିବା ଯନ୍ତ୍ରୀ ଏବଂ ଠିକାଦାରଙ୍କ କାର୍ଯ୍ୟ ତ୍ରୁଟି ଯୋଗୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଥିବା ପୋଲଟି ବଙ୍କା ହୋଇ ଗଲା। ଯାହା ଫଳରେ ଏହି ପୋଲ ଠାରେ ଦୁର୍ଘଟଣା ଘଟୁଛି।

ବୁଧବାର କୋଲକାତାରୁ ନବରଙ୍ଗପୁରକୁ ଯାଉଥିବା ବିସ୍କୁଟ୍‌ ବୋଝେଇ ଟ୍ରକ୍‌ ନଂ WB 11J 7960 ଏହି ବଙ୍କା ପୋଲରେ ଦୁର୍ଘଟଣା ଘଟିଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ ରଞ୍ଜେସ ସିଂ। ଚାଳକ ରଞ୍ଜେଶଙ୍କ କହିବା ଅନୁଯାୟୀ, ପୋଲଟି ବଙ୍କା ଥିବାରୁ ଗାଡ଼ି ବୁଲେଇବା ବେଳେ ସମସ୍ୟା ହେଉଛି। ଗାଡ଼ି ବ୍ରେକ୍‌ ଫେଲ ହୋଇ ଦୁର୍ଘଟଣା ଘଟିଛି।

ଘଟଣାସ୍ଥଳରେ ଖଜୁରୀପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏ ନେଇ ସ୍ଥାନୀୟ ବାସିନ୍ଦା ଗୋବିନ୍ଦ ଚନ୍ଦ୍ର ବେହେରା କହିଛନ୍ତି ଯେ, ପୁରୁଣା ରାସ୍ତା ଓ ପୋଲ ସିଧା ଥିଲା। କିନ୍ତୁ ନୂତନ ପୋଲ ନିର୍ମାଣ ଯନ୍ତ୍ରୀ ଏବଂ ଠିକାଦାରଙ୍କ କାର୍ଯ୍ୟ କରିବା ପ୍ରଣାଳୀରେ ତ୍ରୁଟି ଯୋଗୁ ପୋଲଟି ବଙ୍କା ହୋଇଯାଇଛି। ପୋଲ ନିକଟରେ ମୋ’ ଘର ଥିବାରୁ କେତେବେଳେ ଗାଡ଼ି ମୋଟର ମାଡ଼ିଯିବ ସେନେଇ ଆଶଙ୍କାରେ ରହୁଛି ବୋଲି କହିଛନ୍ତି। ପୋଲ ନିର୍ମାଣ ସମୟରେ ଆମେ ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଥିଲେ ମଧ୍ୟ କେହି ଏଥିପ୍ରତି ଧ୍ୟାନ ଦେଲେ ନାହିଁ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri