ନିର୍ମାଣ ଅପେକ୍ଷାରେ ଗଲାଣି ୪ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୧ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ। ଏହି ବନ୍ଦର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ଜୁଲାଇରେ ଏକ ସ୍ବତନ୍ତ୍ର ବୈଠକ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଥିଲା। ବନ୍ଦର ନିର୍ମାଣର ପ୍ରଥମ ପର୍ଯ୍ୟାୟରେ ୨୧୧୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଥିଲା। ବନ୍ଦରରେ ବାର୍ଷିକ ୧୮.୪୩ ନିୟୁତ ଟନ ପଣ୍ୟ କାରବାର ହେବ ବୋଲି ପ୍ରସ୍ତାବ ଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ୪ବର୍ଷ ପୂରିବାକୁ ଯାଉଥିବାବେଳେ ପ୍ରକଳ୍ପ ନିର୍ମାଣକୁ ନେଇ କୌଣସି ତପତ୍ରତା ପ୍ରକାଶ ପାଉନାହିଁ। ଅପରପକ୍ଷରେ ବନ୍ଦର ନିର୍ମାଣକୁ ନେଇ ପରିବେଶବିତ୍‌ ଭିତରକନିକାର ଜୈବବିବିଧତା ନଷ୍ଟ ହେବ ବୋଲି ଆଶଙ୍କା ପ୍ରକାଶ କରିଥିବା ବେଳେ ବୁଦ୍ଧିଜୀବୀମାନେ ଜିଲାର ଅର୍ଥନୈତିକ ବିକାଶ ପାଇଁ ଜରୁରୀ ଥିବା ପ୍ରକାଶ କରିଛନ୍ତି।
ଜିଲା ମତ୍ସ୍ୟଜୀବୀ ସଂଘର ଅର୍ଜୁନ ମଣ୍ଡଳ କହିଛନ୍ତି, ଆଖଡାଶାଳୀଠାରେ ନଦୀ ଭିତ୍ତିକ ବନ୍ଦର ୩୦ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀଙ୍କ ଜୀବିକା ନଷ୍ଟ କରିବ। ମହାନଦୀ ଓ ଏହାର ଶାଖା ନାଳରେ ପ୍ରଚୁର ମାତ୍ରାରେ ଲୁଣି ଓ ମଧୁର ମାଛ ମିଳିଥାଏ। ବନ୍ଦର ପ୍ରତିଷ୍ଠା ଫଳରେ ମାଛର ପରିମାଣ କମିବା ଯୋଗୁ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଆର୍ଥିକ ସଙ୍କଟରେ ପଡିବେ। ପରିବେଶବିତ୍‌ ହେମନ୍ତ କୁମାର ରାଉତ କହିଛନ୍ତି, ବନ୍ଦର ନିର୍ମାଣ ହେଲେ ଭିତରକନିକାର ଜୈବ ବିବିଧତା ଉପରେ ପ୍ରଭାବ ପକାଇବ। ପ୍ରସ୍ତାବିତ ବନ୍ଦର ଓ ବିଶ୍ୱ ପ୍ରସିଦ୍ଧ ଅଲିଭ ରିଡଲେଙ୍କ ପ୍ରଜନନ ସ୍ଥଳ ଗହୀରମଥାର ଦୂରତ୍ୱ ବହୁତ କମ। ଜାହାଜ ଚଳାଚଳ ଫଳରେ ଏହି ପ୍ରାକୃତିକ ପ୍ରଜନନ ସ୍ଥଳରେ ବିରଳ ଅଲିଭ ରିଡଲେଙ୍କୁ ଆଉ ଦେଖିବାକୁ ମିଳିବ ନାହିଁ। ଏହା ବ୍ୟତୀତ ସାମୁଦ୍ରିକ ପ୍ରାଚୀର ଭାବେ ପରିଚିତି ଲାଭ କରିଥିବା ହେନ୍ତାଳ ବଣ ନଷ୍ଟ ହେବ ବୋଲି ମତ ଦେଇଛନ୍ତି। ରାଜ୍ୟ ବନ୍ୟପ୍ରାଣୀ ସଙ୍ଗଠନର ସମ୍ପାଦକ ବିଶ୍ୱଜିତ ମହାନ୍ତି କହିଛନ୍ତି, ଗତ ୭ବର୍ଷ ପୂର୍ବେ କେନ୍ଦ୍ର ସରକାରଙ୍କ ପରିବେଶ, ବନ୍ୟ ସମ୍ପଦ ବିଭାଗ ଜାତୀୟ ଉଦ୍ୟାନ ଭିତରକନିକା ଓ ଗହୀରମଥା ଅଞ୍ଚଳରେ ଥିବା ୧୯୨ଟି ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଜୋନ ବୋଲି ଘୋଷଣା କରିଛି। ଆଖଡାଶାଳୀଠାରେ ବନ୍ଦର ନିର୍ମାଣ ଫଳରେ ଏହି ଅଞ୍ଚଳର ସାମୁଦ୍ରିକ ଓ ବନ୍ୟପ୍ରାଣୀ ପ୍ରତି ବିପଦ ସୃଷ୍ଟି କରିବ। ଓଡ଼ିଶା ସୂଚନା ଅଧିକାର ଅଭିଯାନ (ଓସା)ର ଜିଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଛନ୍ତି, ଆଖଡାଶାଳୀ ବନ୍ଦର ନିର୍ମାଣ ଫଳରେ ଜିଲାର ଆର୍ଥିକ ବିକାଶ ହୋଇଥାନ୍ତା। ତେବେ ରାଜ୍ୟ ସରକାରଙ୍କ ଏହି ଘୋଷଣା ଏକ ନିର୍ବାଚନୀ ଚାଲ ଥିଲା। ନିର୍ବାଚନ ସମୟ ଆସିଲେ କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ବନ୍ଦର ଓ ଶିଳ୍ପର ସ୍ବପ୍ନ ଦେଖା ଯାଇଥାଏ। ୨୦୦୯ରେ ବରୁଣେଇ ବନ୍ଦର ଓ ୨୦୧୪ରେ ରାଜଗଡରେ ଥର୍ମାଲ ପ୍ଲାଣ୍ଟ ନିର୍ମାଣ ପାଇଁ ଘୋଷଣା ହୋଇଥିଲା। ଆଖଡାଶାଳୀରେ ବନ୍ଦର ନିର୍ମାଣକୁ ନେଇ ସେ ସନ୍ଦେହ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଅମରବର ବିଶ୍ୱାଳ, ଆଶିଷ କୁମାର ସେନାପତି ପ୍ରମୁଖ କହିଛନ୍ତି, ଦୁଇଟି ପର୍ଯ୍ୟାୟରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ବନ୍ଦର ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଅନୂ୍ୟନ ୧୫ ହଜାର ଲୋକଙ୍କୁ କାମ ମିଳିବ। ବନ୍ଦର ନିର୍ମାଣକୁ ନେଇ ବିଭିନ୍ନ ସମୟରେ ରାଜ୍ୟ ସରକାର ପଦକ୍ଷେପ ନେଉଥିବା ଶୁଣା ଯାଉଥିଲେ ମଧ୍ୟ ଅଦ୍ୟାବଧି କୌଣସି ସଫଳ ବାର୍ତ୍ତା ଜିଲାବାସୀ ନିକଟରେ ପହଞ୍ଚତ୍ ନାହିଁ। ବନ୍ଦର ନିକଟରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ସୃଷ୍ଟି ହେବାର ସମ୍ଭାବନା ଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri