ନିର୍ମାଣ ସରିନି, ରାସ୍ତା ଖାଲଖମାରେ ଭର୍ତ୍ତି

ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ଧାମନଗର ବ୍ଲକର ଭଦ୍ରକ-ଆଖଣ୍ଡଳମଣି ମୁଖ୍ୟରାସ୍ତାର ପାଳସାହି ଛକଠାରୁ ରଇପୁର ପଞ୍ଚାୟତର କଣ୍ଟିକା ବାଙ୍କସାହି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଚାଲିଛି। ନିର୍ମାଣ କାର୍ଯ୍ୟ ସରି ନ ଥିବାବେଳେ ରାସ୍ତା ଖାଲଖମାରେ ଭର୍ତ୍ତି ହେଲାଣି। ନିମ୍ନମାନର କାମ ଯୋଗୁ ରାସ୍ତାର ଏପରି ଅବସ୍ଥା ହୋଇଥିବା ସାଧାରଣରେ ଅଭିଯୋଗ ହେଉଛି।

୫ କି.ମି. ୬୦୦ ମିଟର ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ୨୦୨୧ ନଭେମ୍ବର ୧୬ଠାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଆସନ୍ତା ଅକ୍ଟୋବର ୧୫ ସୁଦ୍ଧା ନିର୍ମାଣ ଶେଷ ଲାଗି ଧାର୍ଯ୍ୟ ହୋଇଛି। ସରକାରଙ୍କ ପାଣ୍ଠିରୁ ୩ କୋଟି ୯୭ ଲକ୍ଷ ୪୬ ହଜାର ଟଙ୍କା ବ୍ୟୟବରାଦ କରାଯାଇଛି। ନିମ୍ନମାନର କାର୍ଯ୍ୟ, ଦୁର୍ବଳ କଞ୍ଚାମାଲ ବ୍ୟବହାର ଯୋଗୁ ଏପଟେ ରାସ୍ତା ନିର୍ମାଣାଧୀନ ଥିବାବେଳେ ସେପଟେ ନଷ୍ଟ ହୋଇଚାଲିଛି। ଖାଲଖମା ଯୋଗୁ ରାସ୍ତାରେ ବର୍ଷା ପାଣି ଜମି ରହିଛି। ଫଳରେ କୃତ୍ରିମ ଜଳାଶୟ ଭ୍ରମ ସୃଷ୍ଟି ହୋଇଛି। ଦିନ ବେଳେ ବି ଏହି ରାସ୍ତାରେ ଚାଲି ଚାଲି ଯିବା ବିପଦପୂର୍ଣ୍ଣ। ବାଙ୍କସାହିଠାରୁ ରଇପୁର ପଞ୍ଚାୟତର ଛାତ୍ରୀଛାତ୍ର, ବ୍ୟବସାୟୀ, ଶ୍ରମିକ ଏହି ରାସ୍ତା ଉପରେ ନିର୍ଭର କରନ୍ତି। ବ୍ଲକ, ଥାନା, ଜିଲା ସଦର ମହକୁମାଠାରୁ ଆରମ୍ଭ କରି ସ୍କୁଲ କଲେଜ ଯିବା ପାଇଁ ଏହା ଏକମାତ୍ର ରାସ୍ତା। କିନ୍ତୁ ପ୍ରଶାସନିକ ଅବହେଳା ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ପାଇଁ ରାସ୍ତା ଏବେ ମରଣଯନ୍ତା ପାଲଟିଛି। କୌଣସି ଯାନବାହନ ଚଳାଚଳ କରିବା ସମ୍ଭବ ହେଉନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ଦେଖାଦେଇଛି। ଜିଲା ପ୍ରଶାସନ ରାସ୍ତା ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରି ଅବଧି ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରାଇବା ସହ ବର୍ଷା ଋତୁରେ ଲୋକଙ୍କ ଯାତାୟାତ ପାଇଁ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri