ନିଶ୍ଚିନ୍ତକୋଇଲି ବ୍ଲକରେ ୩ ରାସ୍ତା ନିର୍ମାଣ ନିମ୍ନମାନର

ନିଶ୍ଚିନ୍ତକୋଇଲି,୨୧।୨(ସ୍ବ.ପ୍ର.): ସରକାର ଗ୍ରାମ ରାସ୍ତାକୁ ସୁଦୃଢୀ କରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏସବୁ ରାସ୍ତାକାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ନିଶ୍ଚିନ୍ତକୋଇଲି ବ୍ଲକରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଗୋଟିଏ ବ୍ଲକରେ ୩ ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତା କାର୍ଯ୍ୟକୁ ସେମାନେ ତୀବ୍ର ବିରୋଧ କରିଛନ୍ତି। ଖଣ୍ଡଗାଁ- ରସୁଲପୁର ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରି ସୋମବାର ଗ୍ରାମବାସୀଙ୍କ ପକ୍ଷରୁ ଉତ୍ତେଜନା ପ୍ରକାଶ ପାଇଥିଲା। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କର ୪୬୦ ମିଟର ରାସ୍ତା ମରାମତି ପାଇଁ ୩.୫ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଥିଲା। ମାତ୍ର ଅଟକଳ ଅନୁଯାୟୀ ଠିକାଦାର କାର୍ଯ୍ୟ କରିନାହିଁ। ଫଳରେ ରାସ୍ତା ନିର୍ମାଣର ଅଳ୍ପ ସମୟପରେ ଗୋଡ଼ି ଉଠିଯାଇଛି। ଏହା ପୂର୍ବରୁ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଶୂକରପଡା- ବାଲିଆଚକା ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିଲା। ଅବଧି ସମୟ ମଧ୍ୟରେ କାର୍ଯ୍ୟ ଶେଷ ନ ହେବାରୁ ଶିଶୁ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ସେହିପରି ୨୨ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ତରତ- ବିଷମପଡା ରାସ୍ତା ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ଏହାର ତଦନ୍ତ କରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ। ବାରମ୍ବାର ଏଭିଳି ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟଜିତ୍‌ ଦଳାଇ କହିଛନ୍ତି, ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri