ନିଶ୍ଚିନ୍ତକୋଇଲି ବ୍ଲକରେ ୩ ରାସ୍ତା ନିର୍ମାଣ ନିମ୍ନମାନର

ନିଶ୍ଚିନ୍ତକୋଇଲି,୨୧।୨(ସ୍ବ.ପ୍ର.): ସରକାର ଗ୍ରାମ ରାସ୍ତାକୁ ସୁଦୃଢୀ କରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏସବୁ ରାସ୍ତାକାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ନିଶ୍ଚିନ୍ତକୋଇଲି ବ୍ଲକରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଗୋଟିଏ ବ୍ଲକରେ ୩ ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତା କାର୍ଯ୍ୟକୁ ସେମାନେ ତୀବ୍ର ବିରୋଧ କରିଛନ୍ତି। ଖଣ୍ଡଗାଁ- ରସୁଲପୁର ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରି ସୋମବାର ଗ୍ରାମବାସୀଙ୍କ ପକ୍ଷରୁ ଉତ୍ତେଜନା ପ୍ରକାଶ ପାଇଥିଲା। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କର ୪୬୦ ମିଟର ରାସ୍ତା ମରାମତି ପାଇଁ ୩.୫ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଥିଲା। ମାତ୍ର ଅଟକଳ ଅନୁଯାୟୀ ଠିକାଦାର କାର୍ଯ୍ୟ କରିନାହିଁ। ଫଳରେ ରାସ୍ତା ନିର୍ମାଣର ଅଳ୍ପ ସମୟପରେ ଗୋଡ଼ି ଉଠିଯାଇଛି। ଏହା ପୂର୍ବରୁ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଶୂକରପଡା- ବାଲିଆଚକା ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିଲା। ଅବଧି ସମୟ ମଧ୍ୟରେ କାର୍ଯ୍ୟ ଶେଷ ନ ହେବାରୁ ଶିଶୁ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ସେହିପରି ୨୨ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ତରତ- ବିଷମପଡା ରାସ୍ତା ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ଏହାର ତଦନ୍ତ କରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ। ବାରମ୍ବାର ଏଭିଳି ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟଜିତ୍‌ ଦଳାଇ କହିଛନ୍ତି, ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?