୧୫ବର୍ଷ ଧରି କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା, ୧୭ା୮(ଜଗନ୍ନାଥ ଧଳ)ଚଳିତ ବ୍ରାହ୍ମଣୀ ନଦୀ ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଠାରେ ଥିବା କଣ୍ଠିଆ ସେତୁ ନିର୍ମାଣ ଦୀର୍ଘ ୧୫ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନି। ବର୍ଷାଋତୁ ଆରମ୍ଭ ହୋଇଥିବା ବେଳେ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ମିଳୁନାହିଁ।
ଏ ସମ୍ପର୍କରେ ସିଂହଗଁା ଗ୍ରାମର ହରିହର ଜେନା କହିଛନ୍ତି, ସହରଠାରୁ ସିଂହଗଁା ମାତ୍ର ୨୬ କିମି ଦୂର। ଏହି ଗଁାର ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେ ବି ଅପହଞ୍ଚ। ଗର୍ଭବତୀ ଭାର ସାହାଯ୍ୟରେ ୧୦ କିମି ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିମି ଦୂର ଆଳି ସିଏଚସିକୁ ଯାଉଛନ୍ତି। ସିଂହଗଁା, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ଗାଡ଼ି ପହଞ୍ଚତ୍ ପାରୁନାହିଁ। କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବା ପାଇଁ କଣ୍ଠିଆ ନାଳ ବାଧା ସୃଷ୍ଟି କରୁଛି। ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଧୋୟା ଅଞ୍ଚଳରେ ଥିବା ଏହି ୩ ରାଜସ୍ବ ଗ୍ରାମର ଅଧିବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ସିଂହଗଁା ସେତୁ ନିର୍ମାଣ ହୋଇ ପାରିନାହିଁ। ଜାତୀୟ ଜଳପଥ ୫ ଏଥିପାଇଁ ବାଧକ ସାଜିଛି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ୨୦୦୮ରେ ଭାରତୀୟ ଅନ୍ତର୍ଦ୍ଦେଶୀୟ ଜଳପଥ ପ୍ରାଧିକରଣ ଅଧୀନରେ ଥିବା ୬୨୩ କିମି ଲମ୍ବର ୫ ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ୯୧ କିମି ଥିବାବେଳେ ଓଡ଼ିଶାରେ ଅବଶିଷ୍ଟ ୫୩୨ କିମି ରହିଛି। ବ୍ରାହ୍ମଣୀ ନଦୀର ତାଳଚେରଠାରୁ ଧାମରା ପର୍ଯ୍ୟନ୍ତ ପ୍ରାଥମିକ ପର୍ଯ୍ୟାୟରେ ଉପଯୋଗୀ ପାଇଁ ଅର୍ଥ ଅନୁଦାନ ଦିଆଯାଇଛି। କେତେକ କାରଣରୁ ଏହି ଜଳପଥ ପ୍ରକଳ୍ପର ନିର୍ମାଣ ବନ୍ଦ ହୋଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇପାରୁନାହିଁ। ଏହି ଜଳପଥ ମଧ୍ୟରେ ସିଂହଗଁା କଣ୍ଠିଆ ନାଳ ଅନ୍ତର୍ଭୂକ୍ତ ହୋଇଛି। ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏହି ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅନ୍ତର୍ଭୁକ୍ତ ହେବାରୁ ତାହା ବନ୍ଦ ହୋଇଛି। ଜାତୀୟ ଜଳପଥ ନିର୍ମାଣର ଅହେତୁକ ବିଳମ୍ବ ଏବେ ଜିଲାର ଏହି ଧୋୟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି। ସିଂହଗଁାର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ମଲ୍ଲିକ କହିଛନ୍ତ, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୩୦୦୦ରୁ ଅଧିକ ଅଧିବାସୀଙ୍କ ସମସ୍ୟା ତୁଟିଯିବ। କେନ୍ଦ୍ରାପଡ଼ା ସଦରକୁ ରାସ୍ତା ମିଳିବା ସହ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲାର ସଂଯୋଗ ହେବ। ୨୦୦୮ରେ ସେତୁ ନିର୍ମାଣ ପାଇଁ କେତେକ ଜମି ସମସ୍ୟା ଦେଖା ଦେଇଥିଲା। ୨୦୧୨ରେ ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ଜମି ଅଧିଗ୍ରହଣ ପ୍ରସ୍ତାବ ସମସ୍ୟାର ସମାଧାନ ହୋଇଛି। ପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି। କଣ୍ଠିଆ ନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି। ସେତୁ ନିର୍ମାଣ ହୋଇଥିଲେ ସ୍ଥାନୀୟ ଲୋକଙ୍କ କୁମ୍ଭୀର ଆତଙ୍କ କମିଥାନ୍ତା। ତୁରନ୍ତ ସେତୁ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ ଦାବି କରିଛନ୍ତି। ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିଂହଗଁା ସେତୁ ନିର୍ମାଣ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି। ଆବାସ ଯୋଜନାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇପାରୁନାହିଁ। ଜଳପଥ ପ୍ରକଳ୍ପ ବନ୍ଦ ହୋଇଥିବାରୁ ରାଜ୍ୟ ସରକାର ଏହି ସେତୁ ନିର୍ମାଣକୁ ଗୁରୁତ୍ୱ ଦେବା କଥା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଉଥିବା ଦାସ ପ୍ରକାଶ କରିଛନ୍ତ। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି। ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗଁା ସେତୁ ନିର୍ମାଣ ବିଳମ୍ବ ହୋଇଛି। ତେବେ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?