ତିନିରଥର ବେଦି ନିର୍ମାଣ ଆରମ୍ଭ

ପୁରୀ ଅଫିସ, ୧୩ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ୭ଦିନ ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତିନିରଥର ‘ପ୍ରଭା’ ନିର୍ମାଣ ସରିବା ସହ ଆଗଆଣି ଏବଂ ପଛଆଣି ଦୁଇଟି ଲେଖାଏ ‘କତରା’ ଫିଟିଙ୍ଗ ହେବା ପରେ ସୋମବାର ‘ବେଦି’ ନିର୍ମାଣ ଆରମ୍ଭ ହୋଇଛି। ରଥ ଚାରିପାଶର୍‌ବରେ ପଟା ବାଡ଼ିଆ ସହ ତିନିରଥର ଆଗଆଣି, ପଛଆଣି ଢମକ ମଝିରେ ପାଞ୍ଚୋଟି ଲେଖାଏ ‘ଜଗତପୃଷ୍ଠ ଶେଣି’ ପକାଯାଉଛି। ଏହି ବେଦିର ପରିସରକୁ ବୃଦ୍ଧି କରିବା ପାଇଁ ଜଗତପୃଷ୍ଠ ଶେଣୀ ଉଭୟ ପାଶର୍‌ବର ଚାରିନାହାକା ଏବଂ ଚଉଦନାହାକାରେ ତିନୋଟି ଲେଖାଏ ‘ବାହୁଟ ଫାଳିଆ’ ସାତ, ଦେଢ଼ ସାଇଜର ଚଉପଟ ଫାଳି ପଟା ବାଡ଼ିଆଯାଇଛି। ଏହାପରେ ସମ୍ମୁଖ ଭାଗକୁ ଛାଡ଼ି ତିନି ପାଶର୍‌ବରେ ‘ଗାଈଆଳ ମାଳ’ ପଟାବାଡ଼ିଆ ପରେ ବେଦି ନିର୍ମାଣ ପୂର୍ଣାଙ୍ଗ ହେବ। ତିନିରଥର ୨୦ଫୁଟର ଆଠକୋଣି ବିଶିଷ୍ଟ ଦୁଇଟି ଲେଖାଏ ‘ଘୋଡ଼ା ଈଶ’ ନିର୍ମାଣ ସରିଛି। ଏଥିସହ ତିନିରଥ ପାଇଁ ୪ଟି ଲେଖାଏ ‘ଧ୍ୱଜବତା’ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। (ଏହି ‘ଧ୍ୱଜ ବତା’ ଦୁଆରବେଢ଼ାକୁ ଟାଣି ଧରିବା ପାଇଁ ପ୍ରଥମ ଭୂଇଁ ଅଗ୍ରଭାଗ ଦ୍ୱିତୀୟ ଭୂଇଁ ଶେଣିରେ ସେଟିଙ୍ଗ ହେବ)
ସୋମବାର ତାଳଧ୍ୱଜ ରଥର ମୁଖ୍ୟ ରୂପକାର ସେବକ ପ୍ରଭାରେ ରୂପ ଖୋଦେଇ ପୂର୍ବରୁ ମାହାର୍ଦ୍ଦ ରଖି ଅନୁକୂଳ ପୂଜା କରିଥିଲେ। ପରେ ରୂପକାର ସେବକମାନେ ତିନିରଥର ପ୍ରଭା ଉପର ଭାଗରେ ରାହୁ ରୂପ ଚିତ୍ର ସହ ପ୍ରଭା ନିମ୍ନ ଭାଗ ଦୁଇ ପାଶର୍‌ବରେ ମଗର ମୁଖ ଚିତ୍ର ଆଙ୍କି ରୂପ ଖୋଦେଇ ଆରମ୍ଭ କରିଛନ୍ତି। ଏଥିସହ ତିନି ରଥର ଆସୁଆରୀରେ ରୂପକାର ସେବକମାନେ ସିଂହ ବିରାଳ, ଗଜ ବିରାଳ, ନର ବିରଳ ରୂପ ଖୋଦେଇ ଜାରି ରଖିଛନ୍ତି। ଚିତ୍ରକାର ସେବକମାନେ ରଥ ପାଶର୍‌ବ ଦେବଦେବୀଙ୍କ ରୂପରଙ୍ଗ ଚିତ୍ର ସହ ହଂସପଟା, କନ୍ୟା ପଟା, ଓଲଟ ଶୁଆ, ସଖୀ, ଇତ୍ୟାଦିର ରଙ୍ଗ କାର୍ଯ୍ୟ ସହ ଦୁଆରବେଢ଼ା ରୂପ ଚିତ୍ର ଏବଂ ରଥ ବାହ୍ୟ ପାଶର୍‌ବ ଗୁଜ, ଚକ ଇତ୍ୟାଦିରେ ରଙ୍ଗ ଚିତ୍ର ଜାରି ରଖିଛନ୍ତି। ଦୋଳବେଦି କମାର ଶାଳରେ ଓଝା ସେବକମାନେ କଣ୍ଟା ନିର୍ମାଣ ସହ, ଚାର ବନ୍ଧା ପାଇଁ ଭୋଇସେବକମାନଙ୍କ ପାଇଁ କଟୁରି ନିର୍ମାଣ କରୁଛନ୍ତି। ଦରଜି ସେବକମାନେ ତିନିରଥର ବତା କନାରେ ଲେସ୍‌ ଫିଟିଂ ସହ ଦୁଆରବେଢ଼ା କନାରେ ସିଲଭର ଫୁଲ, ଲେସ୍‌ ସିଲାଇ କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri