ଘରୋଇ ଜମିରେ ଶବଦାହ ଗୃହ ନିର୍ମାଣ

ରସୁଲପୁର,୨୭ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତ ହରିପୁର ମୌଜାର ଜିତେନ୍ଦ୍ର କୁମାର ସାହୁଙ୍କ ନାମରେ ଥିବା ଏକ ଘରୋଇ ଜମିରେ ଶବଦାହ ଗୃହ ନିର୍ମାଣ କରାଯାଉଛି। ଏହାକୁ ଜିତେନ୍ଦ୍ର ବିରୋଧ କରୁଛନ୍ତି। ହେଲେ ତାଙ୍କ ବିରୋଧକୁ ପଞ୍ଚାୟତ ପକ୍ଷରୁ ଭୃକ୍ଷେପ କରାଯାଉ ନାହିଁ। ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଜମିକୁ ବିନା ମାପଚୁପ ଓ ସରକାର ପକ୍ଷରୁ ଆବଶ୍ୟକୀୟ କାଗଜାଦ୍‌ ହାସଲ ନ କରି ବେଆଇନ ଭାବେ ଗୃହ ନିର୍ମାଣ କରାଯାଉଛି। ତେଣୁ ସେ ବାଧ୍ୟହୋଇ ବିଡିଓ ଅବନିକାନ୍ତ ସାହୁଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାଛଡ଼ା ଉକ୍ତ ଜମି ଉପରେ ହେଉଥିବା ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ପାଇଁ ଉପଜିଲାପାଳଙ୍କ କୋର୍ଟରୁ ୧୪୪ଧାରା ଲାଗୁ ପାଇଁ ନିର୍ଦ୍ଦେଶ ହାସଲ କରିଛନ୍ତି। ଉକ୍ତ ନିର୍ଦ୍ଦେଶ ସମ୍ପର୍କରେ କୁଆଖିଆ ଥାନାକୁ ଅବଗତ କରାଇଛନ୍ତି। ମାତ୍ର ଏସବୁ ସତ୍ତ୍ୱେ ନିର୍ମାଣ କାର୍ଯ୍ୟ ଜାରି ରହିଛି। ପୋଲିସ କିମ୍ବା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅଭିଯୋଗକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସରକାରୀ ନିର୍ମାଣ କାର୍ଯ୍ୟ ପାଇଁ ଜମିଜମା ସମ୍ପର୍କିତ କାଗଜାଦ୍‌ କ୍ଷମତାପ୍ରାପ୍ତ ଅଧିକାରୀଙ୍କଠାରୁ ହାସଲ କରିବା କଥା। ଉକ୍ତ ଜମିକୁ ଚିହ୍ନଟ କରାଯିବା ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବାର ବିଧି ରହିଛି। ମାତ୍ର ଏଠାରେ ବିଧି ମୁତାବକ କାର୍ଯ୍ୟ ହେଉନାହିଁ। ହରିପୁର ମୌଜାର ଖାତା ନମ୍ବର-୭୭, ଖସଡ଼ା ନମ୍ବର-୨୦୧୪ରେ ଥିବା ୫୩ ଡିସିମିଲି ଜମି ଅଭିଯୋଗକାରୀଙ୍କ ନାମରେ ଅଛି ବୋଲି ସେ ଦାବି କରିଛନ୍ତି। ସେ କହିଛନ୍ତି, ଉକ୍ତ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିବାରୁ ପଞ୍ଚାୟତ ପକ୍ଷରୁ ଏକ ଶବଦାହ ଗୃହ ନିର୍ମାଣ କରାଯାଉଥିବା ଜାଣିବାକୁ ପାଇଥିଲେ। ତେଣୁ ଜମି ମାପଚୁପ୍‌ କରି କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ମାଣ କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିମାନଙ୍କୁ ସେ ଅନୁରୋଧ କରିଥିଲେ। ହେଲେ ସେମାନେ ତାଙ୍କ କଥା ଶୁନି ନ ଥିଲେ। ଏହାକୁ ବିରୋଧ କରିବାରୁ କାର୍ଯ୍ୟ ତଦାରଖ ଦାୟିତ୍ୱରେ ଥିବା ବ୍ୟକ୍ତିମାନଙ୍କର ଆକ୍ରୋଶର ଶିକାର ହେଉଛନ୍ତି। ଏ ସମ୍ପର୍କରେ ବିଡିଓ ସାହୁଙ୍କୁ ପଚାରିବାରେ ସେ କହିଛନ୍ତି, ଗତ ୨୧ ତାରିଖରେ ଅଭିଯୋଗ ହୋଇଥିଲା। ୨ଦିନ ଛୁଟି ଥିବାରୁ ତଦନ୍ତରେ ବିଳମ୍ବ ହୋଇଛି। ଅଭିଯୋଗ ଆଧାରରେ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ। ଅଭିଯୋଗରେ ସତ୍ୟାସତ୍ୟ ଥିଲେ ନିର୍ମାଣ କାର୍ଯ୍ୟ ପାଇଁ ସରକାରୀ ଅର୍ଥ ପ୍ରଦାନ କରାଯିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?