ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନିମ୍ନମାନର

ନାଉଗାଁ,୫ା୯(ସ୍ବ.ପ୍ର.):ନାଉଗାଁ ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ପାଇପ ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ ଯୋଗାଇବା ନିମନ୍ତେ ବ୍ୟବସ୍ଥା କରାଯାଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ ଅଭିଯୋଗ ହୋଇଛି। ଫଳରେ ପାନୀୟ ଜଳ ପ୍ରକଳ୍ପର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏସବୁ ପ୍ରକଳ୍ପର ତଦାରଖ ଦାୟିତ୍ୱ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗର ରହିଛି। ଉକ୍ତ କାର୍ଯ୍ୟାଳୟରୁ ମିଳିଥିବା ସୂଚନାନୁଯାୟୀ, ବ୍ଲକରେ ୪ଟି ପାନୀୟ ଜଳ ପ୍ରକଳ୍ପ ଓ ପମ୍ପ ହାଉସ ନିର୍ମାଣ କରାଯାଉଛି। ନାଉଗଁା ବ୍ଲକ ଛକ ଅବଦଲପୁରରେ ୫୦ ହଜାର ଲିଟର ବିଶିଷ୍ଟ ପ୍ରକଳ୍ପ ନିର୍ମାଣ କରାଯାଉଥିବା ବେଳେ ନାଉଗଁା ଓ ଗୋଠଦାରେ ୧ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ପାଣି ଟାଙ୍କି ଓ ପମ୍ପହାଉସ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ୧୦ କିମି ପର୍ଯ୍ୟନ୍ତ ପାଇପ୍‌ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା ହୋଇଛି। ଏହି ୪ଟି ପ୍ରକଳ୍ପ ନିର୍ମାଣ କରିବା ପାଇଁ ୪ କୋଟିରୁ ଊର୍ଦ୍ଧ୍ୱ ଅର୍ଥ ବ୍ୟୟ ବରାଦ କରାଯାଇ ଜଣେ ଠିକାଦାରଙ୍କୁ ଦାୟିତ୍ୱ ଦିଆଯାଇଛି।
ସରକାରଙ୍କ ନିୟମାନୁସାରେ ପ୍ରକଳ୍ପ ନିର୍ମାଣ ହେବା ପୂର୍ବରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଫଳକ ଲଗାଯିବା କଥା। କିନ୍ତୁ ଏହି ପ୍ରକଳ୍ପ ନିର୍ମାଣ ହେବା ପୂର୍ବରୁ କୌଣସି ସୂଚନା ଫଳକ ଲଗାଯାଇ ନାହିଁ। ସେହିପରି ନିର୍ମାଣାଧୀନ ପମ୍ପ ହାଉସରେ ଆବଶ୍ୟକ ଅନୁଯାୟୀ ସାମଗ୍ରୀ ବ୍ୟବହାର କରାଯାଉ ନାହିଁ। ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଛୁଟି ଦିନଗୁଡ଼ିକରେ କାର୍ଯ୍ୟ କରାଯାଉଛି। ଏହାକୁ ବିରୋଧ କରି କିଛି ଦିନ ପୂର୍ବେ ନାଉଗଁା ଗ୍ରାମର ବହୁ ଲୋକେ କାର୍ଯ୍ୟ ବନ୍ଦ ରଖିଥିଲେ। ଏହି କାର୍ଯ୍ୟ ଠିକ୍‌ ଭାବେ କରିବା ସହ ଆବଶକ ସାମଗ୍ରୀ ବ୍ୟବହାର କରିବାକୁ ସ୍ଥାନୀୟ ଲୋକେ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସ କହିଛନ୍ତି, ଯେଉଁ ସବୁ ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଇଛି, ସେଗୁଡିକୁ ଭଙ୍ଗାଯାଇ ପୁନର୍ବାର ତିଆରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଛୁଟି ଦିନ ଗୁଡ଼ିକରେ କାର୍ଯ୍ୟ ନ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri