ଗୋଚର ଜମିରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ

ରଗଡି,୯ା୪(ଡି.ଏନ.ଏ.): କଟକ ବନଖଣ୍ଡ ଯାଜପୁର ରୋଡ୍‌ ରେଞ୍ଜ ପଛିକୋଟ ଡିପିଏଫ ଅଧୀନ ରଗଡ଼ି ବିଟ୍‌ ନିକଟରେ ସଂରକ୍ଷିତ ଗୋଚର ଜମି(ଖାତା ନଂ. ୩୯୩ ପ୍ଲଟ ସଂଖ୍ୟା ୧୭୬୬)ରେ ଏକ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ କରାଯାଉଛି। ଏହି ବେଆଇନ କାର୍ଯ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ ପଛିକୋଟ ଡିପିଏଫ୍‌ ଅଧୀନରେ ୭୫୦ ହେକ୍ଟରରୁ ଊର୍ଦ୍ଧ୍ୱ ଜଙ୍ଗଲ ଜମି ରହିଥିବା ବେଳେ ସେଥିରୁ ପ୍ରାୟ ୩୦% ଜମିକୁ କିଛି ଗୋଷ୍ଠୀ ଜବରଦଖଲ କରି ନେଲେଣି। ତାହାକୁ ଉଚ୍ଛେଦ କରିବାକୁ ବନବିଭାଗ ସାହସ ଜୁଟାଇ ପାରୁନାହିଁ। ଏଭଳିସ୍ଥଳେ ରଗଡି ଛକ ନିକଟରେ ଥିବା ବିଟ୍‌ ହାଉସ୍‌ଟି ସମ୍ପୂର୍ଣ୍ଣ ଗୋଚର ଜମିରେ ଅସ୍ଥାୟୀ ଭାବେ ଚାଲିଆସୁଛି। ତାହାକୁ ବନବିଭାଗ ନିଜ ହାତକୁ ନେବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିନାହିଁ। କିନ୍ତୁ ଏବେ ସେହି ଗୋଚର ଜମିରେ କିପରି ଜଣେ ଠିକାଦାର ବ୍ୟାସନଗର ତହସିଲ ଅଫିସ୍‌ ଅଗୋଚରରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ କରୁଛନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜଙ୍ଗଲ ଜମି ଛାଡି ସଂରକ୍ଷିତ ଗୋଚର ଜମିରେ ବନବିଭାଗ ଜବରଦସ୍ତ କିଭଳି ଏହି ଅଟ୍ଟାଳିକା ନିର୍ମାଣ କରୁଛି ତାହାକୁ ନେଇ ଖୁବ୍‌ଶୀଘ୍ର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ରଗଡ଼ି ଅଞ୍ଚଳର କେତେଜଣ ସଚେତନ ନାଗରିକ କହିଛନ୍ତି। ବ୍ୟାସନଗର ଅତିରିକ୍ତ ତହସିଲଦାର ବିକ୍ରମ କୁମାର ମଲ୍ଲିକଙ୍କୁ ପଚାରିବାରୁ ଏନେଇ କୌଣସି ଖବର ନ ଥିବା କହିଛନ୍ତି। ଅନ୍ୟପକ୍ଷରେ ଯାଜପୁର ରୋଡ୍‌ ବନାଞ୍ଚଳ ଅଧିକାରୀ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ପଚାରିବାରୁ ପୂର୍ବରୁ ଅନୁମତି ମିଳିଥିଲା। ଏବେ ସେମିତି କିଛି ଅନୁମତି ନାହିଁ ବୋଲି ସେ ସ୍ବୀକାର କରିଛନ୍ତି। ତେବେ ରାଜସ୍ବ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri