ଗୁମ୍ମା ମିନି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ନିମ୍ନମାନର

ପାରଳାଖେମୁଣ୍ଡି,୩ା୭(ଗିରିଧାରୀ ପରିଚ୍ଛା): ସରକାର ଉପାନ୍ତ ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଥିବା ବେଳେ ଅଞ୍ଚଳର ବିକାଶ ନାଁରେ ହରିଲୁଟ ଚାଲିଛି। ଗଜପତି ଜିଲା ଗୁମ୍ମା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ। ହେଲେ ଗୁମ୍ମାରେ ବିଭାଗୀୟ ଅଧିକାରୀଙ୍କ ମନମୁତାବକ କାର୍ଯ୍ୟ ପାଇଁ ସରକାରୀ ଯୋଜନା ବାଟବଣା ହୋଇଥିବା ଅଭିଯୋଗ ହୋଇଛି।
ମୁତାବକ, ବ୍ଲକ କାର୍ଯ୍ୟାଳୟର ଅତି ନିକଟରେ ଗୁମ୍ମା ମିନି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରିଛନ୍ତି ଅଞ୍ଚଳବାସୀ। ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶେଷ ହେବାର ମାସକ ମଧ୍ୟରେ ମୁଖ୍ୟ ଫାଟକ ସାମ୍ନାରେ ପେବର ବ୍ଲକ ଦବିଯିବା ସହ ଖାଲ ହୋଇଥିବା ଦେଖିବାକୁ ମିଳିଛି। ନିର୍ମାଣ କାର୍ଯ୍ୟ ଆରମ୍ଭଠାରୁ ଶେଷ ପର୍ଯ୍ୟନ୍ତ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀ କେଉଁ ଆଧାରରେ ଏପରି କାର୍ଯ୍ୟ ତଦାରଖ କରିଥିଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସଦର ମହକୁମା ନିକଟସ୍ଥ ମିନି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ପାଇଁ ୬ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇ ୬ମାସ ବିତିବା ପୂର୍ବରୁ ଏପରି ଅବସ୍ଥା ଦେଖବାକୁ ମିଳିଛି। ସେହିପରି ଗ୍ରାମାଞ୍ଚଳର ବିକାଶ ପାଇଁ ଯେଉଁ ଅର୍ଥ ମଞ୍ଜୁର କରାଯାଇଛି ସେସବୁକୁ ଅଧିକାରୀମାନେ ଅଧିକ ପରିମାଣରେ ଖର୍ଚ୍ଚ କରୁଥିବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରାଯାଇଛି। ଏନେଇ ସହକାରୀ ଯନ୍ତ୍ରୀଙ୍କୁ ଯୋଗାଯୋଗ ପରେ ବି କୌଣସି ଉତ୍ତର ମିଳିନି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri