ବିନା ସୂଚନା ଫଳକରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ

ବୁଗୁଡ଼ା,୨୭ା୩(ଡି.ଏନ.ଏ.):ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଉକ୍ତ ନୂତନ କୋଠା ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ବରାଦ କରାଯାଇଛି ଏବଂ ନିର୍ମାଣର ସମୟ ସୀମା କେଉଁ ଯାଏ ରହିଛି ତାହା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଫଳକରେ ଦର୍ଶାଇବାକୁ ପ୍ରଶାସନ ଭୁଲିଯାଇଛି। ଏ ନେଇ ଜନସାଧାରଣ ଅନ୍ଧକାରରେ ରହିଥିବା ବେଳେ ସେମାନଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି। ବୁଗୁଡା ସ୍ବାସ୍ଥ୍ୟକେନ୍ଦ୍ରର ନୂତନ କୋଠା ନିର୍ମାଣ ଯୋଗୁ ଗତ ୧୬ ଡିସେମ୍ବର ୨୦୨୧ରେ ଶିଳାନ୍ୟାସ ହୋଇଥିଲା ବେଳେ ଇତି ମଧ୍ୟରେ ଏକ ବର୍ଷରୁ ଊଦ୍ଧର୍‌ବ ସମୟ ଅତିକ୍ରାନ୍ତ ହୋଇଯାଇଛି। ବିନା ସୂଚନା ଫଳକରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ଦିନଠୁ ହିଁ ନିର୍ମାଣକାରୀ ସଂସ୍ଥାର ଉଦ୍ଦେଶ୍ୟ ସନ୍ଦେହ ଘେରରେ ରହିଥିବା ବେଳେ ଏ ଯାଏ ତାହା ବଳବତ୍ତର ରହିଛି। ଏ କ୍ଷେତ୍ରରେ ସ୍ଥାନୀୟ ପୂର୍ତ୍ତ ବିଭାଗର ଦାୟିତ୍ୱହୀନତାକୁ ମଧ୍ୟ ବିଭିନ୍ନ ମହଲରେ ଦାୟୀ କରାଯାଉଛି। ଏଣୁ ଲୋକଙ୍କ ଅବଗତି ସକାଶେ ସୂଚନା ଫଳକ ମାରି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ସହ ଲୋକସେବାରେ ବିନିଯୋଗ କରିବା ପାଇଁ ସାଧାରଣରେ ଦାବି ହେଉଛି। ଏହି ଅଞ୍ଚଳର ହଜାର ହଜାର ଲୋକ ଏକ ମାତ୍ର ଏହି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଊପରେ ନିର୍ଭର କରୁଥିବା ବେଳେ ଅଦ୍ୟାବଧି ଏହି କେନ୍ଦ୍ରର ନିର୍ମାଣ କାର୍ଯ୍ୟ କଚ୍ଛପ ଗତିରେ ଚାଲିଥିବା ଅଭିଯୋଗ ହେଉଛି। ତେଣୁ ପ୍ରଶାସନ ପକ୍ଷରୁ ତୁରନ୍ତ ଏହି କାର୍ଯ୍ୟକୁ ସମାପ୍ତ କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri