ସରୁନି ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଜଟଣୀ,୨୫।୯(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ସହିତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ସୁଦୃଢ କରିବା ପାଇଁ ସରକାର ଅନେକ ଯୋଜନା କରୁଛନ୍ତି। ତେବେ ଅନେକ ସମୟରେ ବିଭାଗୀୟ ଅଧିକାରୀ ଅବହେଳା ଓ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏଥିରେ ବ୍ୟତିକ୍ରମ ହୋଇଥାଏ। ଜଟଣୀ ପୌରାଞ୍ଚଳର କୁଦିଆରୀ ଏବଂ ହାଟ ବଜାର ଅଞ୍ଚଳରେ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ବ୍ୟତିକ୍ରମ ଯୋଗୁ ବହୁ ଛାତ୍ରୀଛାତ୍ର ଶିକ୍ଷା ପାଇବାରୁ ବଞ୍ଚିତ ହେଉଥିବା ସାଧାରଣରେ ଅଭିଯୋଗ ହେଉଛି।
କି, ଦୀର୍ଘବର୍ଷ ଧରି ଉକ୍ତ ଅଞ୍ଚଳରେ ଥିବା ଅଙ୍ଗନୱାଡି କେନ୍ଦ୍ର ଅଧାପନ୍ତରିଆ ଭାବେ ପଡ଼ିରହିଛି। ପୌରାଞ୍ଚଳ ଅନ୍ତର୍ଗତ କୁଦିଆରୀ ଦଶଦୋଳ ମେଳଣ ପଡ଼ିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ନିର୍ମାଣ ହେଉଥିବା ଅଙ୍ଗନଓ୍ବାଡି କେନ୍ଦ୍ରର ନିର୍ମାଣ କାର୍ଯ୍ୟକୁ ୪ବର୍ଷ ବିତିଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କାମ ସରିନାହିଁ। ଫଳରେ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଶିକ୍ଷା ପାଇବାରୁ ବଞ୍ଚିତ ହେଉଛନ୍ତି। ଉକ୍ତ ବିଦ୍ୟାଳୟ ବାରଣ୍ଡାରେ ପିଲାଙ୍କୁ ପାଠ ପଢାଯିବା ନେଇ ସ୍ଥାନୀୟ ଗ୍ରାମବାସୀ ଏବଂ ପୂର୍ବତନ କାଉନସିଲର ଲୁସେନ ରାୟ ଅଭିଯୋଗ କରିଛନ୍ତି। ଅର୍ଦ୍ଧ ନିର୍ମିତ ଅବସ୍ଥାରେ ଥିବା ଏହି ଅଙ୍ଗନଓ୍ବାଡି କେନ୍ଦ୍ର ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଯାହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ୟପଟେ ପୌରାଞ୍ଚଳ ଅଧୀନ ୧୫ ନଂ. ୱାର୍ଡ ହାଟ ବଜାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ନିର୍ମିତ ୧୫(ଏ) ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ଦୀର୍ଘବର୍ଷ ଧରି ଅର୍ଦ୍ଧ ନିର୍ମିତ ଅବସ୍ଥାରେ ରହିଛି। ଫଳରେ ପିଲାମାନେ ବାର ଦୁଆରେ ପାଠ ପଢୁଥିବା ସାଧାରଣରେ ଅଭିଯୋଗ ହେଉଛି। ଏନେଇ ଗତ ଅଗଷ୍ଟ ୨୫ରେ ‘୪ ବର୍ଷ ବିତିଲା ସରୁନି ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ’ ଶୀର୍ଷକ ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ସେତେବେଳେ ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ସରୋଜ ରାଉତଙ୍କୁ ପଚାରିବାରେ, କରୋନା ପାଇଁ ନିର୍ମାଣରେ ସମସ୍ୟା ଦେଖାଯାଇଥିଲା। ଆସନ୍ତା ୩ୟ ସପ୍ତାହରୁ ଏକ ମାସ ମଧ୍ୟରେ କୁଦିଆରୀ ମେଳଣ ପଡିଆ ଅଙ୍ଗନୱାଡି କେନ୍ଦ୍ର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ ବୋଲି କହିଥିଲେ। ତେବେ ଧାର୍ଯ୍ୟ ସମୟ ବିତି ଯାଇଥିବାବେଳେ କାର୍ଯ୍ୟ ସରି ନ ଥିବାରୁ ପୂର୍ବତନ କାଉନସିଲର ରାୟ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ରାଉତ କହିଛନ୍ତି, ଲଗାଣ ବର୍ଷା ଯୋଗୁ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ଦଶହରା ଛୁଟି ପରେ କାର୍ଯ୍ୟ ଆରମ୍ଭ ହୋଇ ଆଗାମୀ ୧ ମାସ ମଧ୍ୟରେ କୁଦିଆରୀ ଏବଂ ୬ ମାସ ମଧ୍ୟରେ ହାଟବଜାର ଅଙ୍ଗନୱାଡି କେନ୍ଦ୍ର ସମ୍ପୂର୍ଣ୍ଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri