ଜୟଦେବ ବିହାର-ନନ୍ଦନକାନନ ବିକଳ୍ପ ରାସ୍ତା ନିର୍ମାଣ: ୩ ମାସରେ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ସହରରେ ଜନସଂଖ୍ୟା ବଢୁଥିବାରୁ ଟ୍ରାଫିକ୍‌ ସମସ୍ୟା ଦିନକୁ ଦିନ ଅସମ୍ଭାଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ସମାନ୍ତରାଳ ରାସ୍ତା ନିର୍ମାଣ କରାଯାଉଛି। ଜୟଦେବବିହାରରୁ ନନ୍ଦନକାନନ ମଧ୍ୟରେ ଟ୍ରାଫିକ୍‌ ସମସ୍ୟା ବଢୁଥିବାରୁ ଆଉ ଏକ ରାସ୍ତା ନିର୍ମାଣ କରାଯାଉଛି। ଏହି ରାସ୍ତା ଜାଭିୟର ଛକରୁ କିଟ୍‌ ଛକ ଭାୟା ସରକାରୀ ପଲିଟେକ୍ନିକ, ରେଳ ବିହାର, ଉତ୍କଳ ହସ୍ପିଟାଲ, ଓଇଆରସି ବିଲ୍ଡିଂ, ଟ୍ରାଇଡେଣ୍ଟ ଇନ୍‌ଫୋସିଟି ଛକ ଦେଇ ଶିଖରଚଣ୍ଡୀ, ପଥରଗାଡିଆ, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥମେଟିକ୍ସ ଦେଇ ଚନ୍ଦକାକୁ ସଂଯୋଗ କରିବ। ଆସନ୍ତା ୩ ମାସ ମଧ୍ୟରେ ଏହି ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ୧୩ କି.ମି. ରାସ୍ତା ନିର୍ମାଣ ପାଇଁ ୯୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେଥିରୁ ୧.୫ କି.ମି. ରାସ୍ତା ନିର୍ମାଣ ସରିଥିବାବେଳେ ଅବଶିଷ୍ଟ କାର୍ଯ୍ୟ ବିଭିନ୍ନ ପର୍ଯ୍ୟାୟରେ ରହିଛି।

ଶନିବାର ମଧ୍ୟାହ୍ନରେ କ୍ଷେତ୍ର ପରିଦର୍ଶନ କରି ମୁଖ୍ୟ ଶାସନ ସଚିବ ନିର୍ମାଣ ଅଗ୍ରଗତିର ସମୀକ୍ଷା କରିଛନ୍ତି। ସେହିପରି ଆଚାର୍ଯ୍ୟବିହାରଠାରୁ ପଟିଆ ବିଗ୍‌ବଜାର ପର୍ଯ୍ୟନ୍ତ ଅନ୍ୟ ଏକ ରାସ୍ତା କାମ ବୁଲି ଦେଖିଛନ୍ତି। ଆଚାର୍ଯ୍ୟ ବିହାରରୁ ପ୍ରେସ୍‌ ଛକ, ଏମ୍‌ସିଏଲ୍‌ ଛକ, ରେଲ୍‌ଓ୍ବେ ଷ୍ଟାଡିୟମ, ଗୁରୁ କେଳୁଚରଣ ମହାପାତ୍ର ପାର୍କ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ମଧ୍ୟ ୩ ମାସ ମଧ୍ୟରେ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ରାସ୍ତାର ସମୁଦାୟ ଦୈର୍ଘ୍ୟ ୬.୨୫ କି.ମି. ପାଇଁ ୨୩୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ଜମି ଅଧିଗ୍ରହଣ ପାଇଁ ମଧ୍ୟ ବ୍ୟୟ ଅଟକଳ ହୋଇଛି। ଏହି ରାସ୍ତାର ୧.୦୫ କି.ମି. ନିର୍ମାଣ ଶେଷ ହୋଇଛି। ନିର୍ମାଣାଧୀନ ରାସ୍ତାର ଉଭୟ ପାର୍ଶ୍ୱରେ ବୃକ୍ଷରୋପଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଅର୍ଥ ସଚିବ ଅଶୋକ ମୀନା, ବିଏମ୍‌ସି କମିଶନର ସଞ୍ଜୟ ସିଂ, ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ମନୋରଞ୍ଜନ ମିଶ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri