ଜୀରାନଦୀ ପୋଲ ନିର୍ମାଣ ଅସମ୍ପୂର୍ଣ୍ଣ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ବରଗଡ଼ ଅଫିସ,୩୦ା୯: ବରଗଡ଼ ସହରରୁ ଅମ୍ବାପାଲିକୁ ସଂଯୋଗ କରୁଥିବା ପୁରୁଣା ଜୀରାନଦୀ ପୋଲ ଭାଙ୍ଗି ନୂତନ ପୋଲ ନିର୍ମାଣ ଚାଲିଛି। ୨୦୧୮ରୁ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା ଏବଂ ୨୦୨୦ସୁଦ୍ଧା ପୋଲ ନିର୍ମାଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ସରି ନାହିଁ। ଅନ୍ୟପକ୍ଷରେ ଜୀରାନଦୀ ଉପରେ ନିର୍ମିତ ଫେୟାରଓ୍ବେଦର ରାସ୍ତା ବର୍ଷା ହେଲେ ଥରକୁ ଥର ଧୋଇ ହୋଇ ଯାଇଛି। ଫଳରେ ବରଗଡ଼ ସହରରୁ ଅମ୍ବାପାଲି ଅଧିକାଂଶ ସମୟ ବିଚ୍ଛିନ୍ନ ହୋଇପଡୁଛି ଏବଂ ସ୍ଥାନୀୟ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୋଲ ନିର୍ମାଣ କାର୍ଯ୍ୟରେ ସେଭଳି ଶୀଥିଳତାକୁ ନେଇ ଅଞ୍ଚଳରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନ ୮ଟାରୁ ଅମ୍ବାପାଲିବାସୀ ରାସ୍ତାରୋକୋକୁ ଓହ୍ଲାଇଛନ୍ତି। ଫଳରେ ବରଗଡ-ବଲାଙ୍ଗୀର ରାସ୍ତାରେ ଯାନବାହନ ଚଳାଚଳ ଠପ ହୋଇଥିବାବେଳେ ରାସ୍ତାର ଉଭୟ ପାଶର୍‌ବରେ ଶତାଧିକ ଗାଡ଼ି ଅଟକି ରହିଛି। ପୋଲ ନିର୍ମାଣ କାର୍ଯ୍ୟ ତୀବ୍ର ତଥା ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri