କାନୁପୁର ସ୍ପିଲ୍‌ ଚ୍ୟାନେଲ ପୋଲ ନିର୍ମାଣ ବିଳମ୍ବ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଜାତୀୟ ରାଜପଥ ୨୧୫ କାନୁପୁର ସ୍ପିଲ ଚ୍ୟାନେଲ ଉପରେ ୪ ଲାଇନ ବିଶିଷ୍ଟ ପୋଲ ନିର୍ମାଣ ବିଳମ୍ବ ହେବାରେ ଲାଗିଛି। ଦୀର୍ଘଦିନ ହେବ ଏହି ପୋଲ ନିର୍ମାଣ ହୋଇପାରୁ ନ ଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହାର ନିର୍ମାଣ ତୁରନ୍ତ ଶେଷ କରିବାକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖି କେନ୍ଦ୍ର ଭୂପୃଷ୍ଠ ପରିବହନ, ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।
ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି , ବୈତରଣୀ ନଦୀରେ ଓଡ଼ିଶା ସରକାର କାନୁପୁର ବୃହତ୍‌ ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଆଦିବାସୀବହୁଳ କେନ୍ଦୁଝର ଜିଲାର ୨୯,୫୭୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯାଇପାରିବ। ଏଆଇବିପି ପାଣ୍ଠିରୁ ଏହି ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ସହାୟତା ଯୋଗାଇଦେବାର ବ୍ୟବସ୍ଥା ରହିଛି। ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୨୦୦୪-୦୫ରୁ ଆରମ୍ଭ ହୋଇଥିଲେ ମଧ୍ୟ ବିଭିନ୍ନ କାରଣରୁ ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ପ୍ରକଳ୍ପର ଅଧିକାଂଶ ଭାଗ କାର୍ଯ୍ୟ ଶେଷ ହୋଇଥିବା ବେଳେ ନଦୀର ସ୍ପିଲ୍‌ ଚ୍ୟାନେଲ ଉପରେ ରିମୁଳି-ରକ୍ସି-ରାଜମୁଣ୍ଡା ସେକ୍ସନ ଏନ୍‌ଏଚ୍‌-୨୧୫ରେ ୪ ଲେନ୍‌ ବିଶିଷ୍ଟ ଏକ ପୋଲ ନିର୍ମାଣ ହେବାକୁ ରହିଛି। ଏହି ପୋଲ ଉକ୍ତ ପ୍ରକଳ୍ପ ପାଇଁ ସମସ୍ୟା ସୃଷ୍ଟି କରିଛି। ବିଭିନ୍ନ ସ୍ତରରେ ବହୁବାର ବୈଠକ ହେବା ପରେ ମଧ୍ୟ ଏନ୍‌ଏଚ୍‌ଏଆଇ ଉକ୍ତ କାର୍ଯ୍ୟ ଆରମ୍ଭ କରିନାହିଁ। ଏହି ପୋଲର ଅଟକଳ ପ୍ରଥମେ ୪୦.୬୮ କୋଟି ଟଙ୍କା ଧାର୍ଯ୍ୟ କରାଯାଇଥିଲା। ଏନ୍‌ଏଚ୍‌ଏଆଇ ସେଥିରୁ ୮୦ ପ୍ରତିଶତ ଖର୍ଚ୍ଚ ବହନ କରିବାକୁ ରାଜି ହୋଇଥିଲା। ପରେ ଭୌଗୋଳିକ ପରିସ୍ଥିତିକୁ ଦେଖି ପୋଲ ଡିଜାଇନ ପରିବର୍ତ୍ତନ କରାଯାଇଥିଲା। ଏଥିପାଇଁ ୧୦୦.୫୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଥିଲା। ତେବେ ସଂଶୋଧିତ ଅର୍ଥର ୮୦ ପ୍ରତିଶତ ବହନ କରିବାକୁ ଏନ୍‌ଏଚ୍‌ଏଆଇ ରାଜି ହେଉନାହିଁ। ଏ ନେଇ ୨୦୧୯ ମାର୍ଚ୍ଚ ୭ରେ ନୂଆଦିଲ୍ଲୀଠାରେ ବୈଠକ ହୋଇଥିଲେ ମଧ୍ୟ ଏନ୍‌ଏଚ୍‌ଏଆଇ ସଂଶୋଧିତ ପ୍ରକଳ୍ପ ମୂଲ୍ୟର ୮୦ ପ୍ରତିଶତ ବହନ କରିବାକୁ ସମ୍ମତି ପ୍ରକାଶ କରୁନାହିଁ। ଜିଲାର ଅର୍ଥନୈତିକ ବିକାଶ ପାଇଁ ଉକ୍ତ ପୋଲ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ଆବଶ୍ୟକ। ଏହି ପୋଲ ରାଜ୍ୟ ନୁହେଁ, କେନ୍ଦ୍ର ସରକାରଙ୍କ ପାଇଁ ମଧ୍ୟ ଜରୁରୀ। ତୁରନ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ କରା ନ ଗଲେ ଜଳସେଚନ ପ୍ରକଳ୍ପର ଖର୍ଚ୍ଚ ମୂଲ୍ୟ ବଢ଼ିଯିବ। ତୁରନ୍ତ ଏଥିରେ ହସ୍ତକ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀ ଗଡ୍‌କରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?