୫ ମାସରେ ସରିବ କୁଆଁସ ସେତୁ ନିର୍ମାଣ

ଭଦ୍ରକ ଅଫିସ,୩୦।୧୧: ଭଦ୍ରକ ସହରକୁ ସଂଯୋଗ କରୁଥିବା କୁଆଁସସ୍ଥିତ ଅର୍ଜୁନ ସେତୁକୁ ଭାଙ୍ଗି ନୂତନ ସେତୁ ପାଇଁ ଶିଳାନ୍ୟାସକୁ ପ୍ରାୟ ୧ ବର୍ଷ ବିତିଯାଇଥିବା ବେଳେ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଏହାକୁ ନେଇ ସହରଠାରୁ ବିଚ୍ଛିନ୍ନ ହୋଇ ଦୁର୍ଦ୍ଦଶା ଭୋଗୁଥିବା ଲକ୍ଷାଧିକ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସେତୁ ନିର୍ମାଣ କାର୍ଯ୍ୟ ୫ ମାସ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ପରିଦର୍ଶନରେ ଆସି ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଭଦ୍ରକ ଟାଉନ ଥାନା ଛକ ନିକଟରେ ସାଳନ୍ଦୀ ନଦୀ ଉପରେ ଚାଲିଥିବା ସେତୁ ନିର୍ମାଣ କାର୍ଯ୍ୟ ବୁଲି ଦେଖିଛନ୍ତି। କାର୍ଯ୍ୟ ସମ୍ବନ୍ଧୀୟ ସମସ୍ତ କାଗଜପତ୍ର ତଦାରଖ କରିବା ସହ ଆସନ୍ତା ୫ ମାସ ଭିତରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶଯୋଗ୍ୟ, ବିଶ୍ୱବ୍ୟାଙ୍କ ଅନୁଦାନ ୬କୋଟି ୭୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୨୦୨୨ ମାର୍ଚ୍ଚରେ ଏହି ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ୨୦୨୩ ମାର୍ଚ୍ଚ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ରହିଥିଲା। କିନ୍ତୁ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବାରୁ ଅବଧି ମଧ୍ୟରେ ଶେଷ ହେବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ଜିଲାପାଳଙ୍କ ପରିଦର୍ଶନ ସମୟରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ପରମାନନ୍ଦ ବେହେରାଙ୍କ ସମେତ ନିର୍ମାଣକାରୀ ସଂସ୍ଥାର ସୁପରଭାଇଜର ଓ କନିଷ୍ଠ ଯନ୍ତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri