‘ଯ’ ନଦୀରେ ନୂତନ ପୋଲ ନିର୍ମାଣ

ଧାମନଗର, ୬।୪ (ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଭଗବାନପୁର ପଞ୍ଚାୟତ ପଳିକିରି ଗ୍ରାମ ଦେଇ ଯାଇଥିବା ‘ଯ’ ନଦୀ ଉପରେ ଥିବା କଂକ୍ରିଟ ପୋଲ ଦୀର୍ଘବର୍ଷ ହେଲା ବିପଦସଙ୍କୁଳ ଅବସ୍ଥାରେ ଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ପଳିକିରି ଛକ ମୁଖ୍ୟରାସ୍ତାଠାରୁ ଚନ୍ଦନେଶ୍ୱର ଗ୍ରାମ ପର୍ଯ୍ୟନ୍ତ ୩ କି.ମି. ରାସ୍ତା ପଳିକିରି ଗ୍ରାମ ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ଚିଆଁ ବଜାର ନିକଟରେ ଏହି ନଦୀ ଉପରେ ପ୍ରାୟ ୨୫ବର୍ଷରୁ ଊର୍ଦ୍ଧ୍ୱ ପୁରୁଣା ପୋଲ ଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଅନେକାଂଶରେ ଫାଟ ସୃଷ୍ଟି, ଖୁଣ୍ଟ ନଷ୍ଟ ସହ ପୋଲର ଉଭୟପାର୍ଶ୍ୱରେ ଗାର୍ଡୱାଲ ସବୁ ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ଗ୍ରାମବାସୀଙ୍କ ସମେତ ସରପଞ୍ଚଙ୍କ ପ୍ରତିନିଧି କପିଳେନ୍ଦ୍ର ବଳ ଏକ ନୂତନ ପୋଲ ନିର୍ମାଣ ପାଇଁ ଦାବି କରିଥିଲେ। ଗତ ମାର୍ଚ୍ଚ ପ୍ରଥମ ସପ୍ତାହରେ ଉକ୍ତ ପୋଲଟି ଭଙ୍ଗାଯାଇ ଏକ ନୂତନ ପୋଲର ନିର୍ମାଣ କାର୍ଯ୍ୟ ଚାଲିଛି। ଚଳିତମାସ ଶେଷ ସୁଦ୍ଧା ନିର୍ମାଣ କାର୍ଯ୍ୟ ସମ୍ପୂଣ୍ଣର୍ର୍ ହେବ ବୋଲି ଯନ୍ତ୍ରୀ ମନୋରଞ୍ଜନ ମହାପାତ୍ର ପ୍ରକାଶ କରିଛନ୍ତି।
କି, ବିପଦସଙ୍କୁଳ ଅବସ୍ଥାରେ ପୋଲ ଥିବା ନେଇ ଖବର ଗତବର୍ଷ ଜୁଲାଇ ୧୮ରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ଏହାର ୪ଦିନ ଭିତରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଶରତ ଚନ୍ଦ୍ର ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅଲେଖ ଚନ୍ଦ୍ର ସାହୁ, ଅଧୀକ୍ଷଣ ଯନ୍ତ୍ରୀ ଦୁର୍ଗାପ୍ରସାଦ କରଣ ପ୍ରମୁଖ ପୋଲର ସ୍ଥିତି ଅନୁଧ୍ୟାନ କରି ୨୫ଲକ୍ଷ ଟଙ୍କାର ଏଷ୍ଟିମେଟ ପ୍ରସ୍ତାବ ଦିଆଯାଇ ଏକ ନୂତନ ପୋଲ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ନୂତନ ପୋଲ ନିର୍ମାଣ ଦ୍ୱାରା ପ୍ରାୟ ୧୦ ହଜାର ଲୋକ ଉପକୃତ ହେବେ ବୋଲି ଗ୍ରାମବାସୀ ଦିଲୀପ କୁମାର ଦାଶ, ରମଣୀ ରଞ୍ଜନ ଦାଶ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ନିତ୍ୟାନନ୍ଦ ଦାଶ, ଅଶୋକ କୁମାର ଜେନା, ପଦ୍ମନାଭ ମହାପାତ୍ର, ରବୀନ୍ଦ୍ର ପ୍ରଧାନ ଏବଂ ସରପଞ୍ଚ କାଞ୍ଚନ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri