ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ ସମ୍ପ୍ରସାରଣ କରାଯିବ। ଏ ନେଇ ପୂର୍ତ୍ତ ବିଭାଗ ପକ୍ଷରୁ ଟେଣ୍ଡର ହୋଇଛି। ଆଚରଣବିଧି ଲାଗିଥିବାବେଳେ ମଧ୍ୟ ମଙ୍ଗଳବାରଠାରୁ କାମ ଆରମ୍ଭ କରାଯାଇଛି। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବାବେଳେ ମିଣ୍ଡୋଳ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏ ନେଇ ଅଞ୍ଚଳବାସୀ ବୁଧବାର ବିରୋଧ କରିବା ପରେ ଏକ ଅଭିଯୋଗପତ୍ର ମାଧ୍ୟମରେ ଅନୁଗୋଳ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ଏହାର ଏକ ନକଲ ଆଠମଲ୍ଲିକ ଉପଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।
ଅଞ୍ଚଳବାସୀ କହିଛନ୍ତି, ଏହି ସାଢେ ୧୧ କି.ମି ରାସ୍ତାର ଚଉଡ଼ା ୩.୭୫୦ ମିଟର ଥିବାବେଳେ ଏହାକୁ ସମ୍ପ୍ରସାରଣ କରାଯାଇ ୫.୫୦୦ ମିଟର ଚଉଡା କରିବା ପାଇଁ ୧୬ କୋଟି ଟଙ୍କା ପୂର୍ତ୍ତବିଭାଗ ପକ୍ଷରୁ ମଞ୍ଜୁର କରାଯାଇଛି। ଏ ନେଇ ବିଭାଗ ପକ୍ଷରୁ ଠିକାସଂସ୍ଥା ସହ ମାର୍ଚ୍ଚ ୧୫ ତାରିଖ ଦିନ ଚୁକ୍ତି ହୋଇଥିବାବେଳେ ୧୬ ତାରିଖରେ ସାରା ରାଜ୍ୟରେ ଆଚରଣବିଧି ଲାଗୁ ହୋଇଥିଲା। ଫଳରେ ରାସ୍ତା କାମ ଆରମ୍ଭ ହୋଇପାରି ନ ଥିଲା। ହେଲେ ଅଣ ଓଡିଆ ଠିକାସଂସ୍ଥା ହୋଇଥିବାବେଳେ ଜୋର ଜବରଦସ୍ତ ମଙ୍ଗଳବାରଠାରୁ ରାସ୍ତା କାମ ମେଶିନ ସାହାଯ୍ୟରେ ଆରମ୍ଭ କରିଛି। କୌଣସି ଫଳକ ନ ମାରି କାମ ଆରମ୍ଭ କରିଥିବା ଯୋଗୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖଯାଇଛି। ଏପରିକି ବିଭିନ୍ନ ରାଜନୈତିକ ଦଳର ନେତାମାନେ ମଧ୍ୟ ଆଚରଣବିଧି ଲାଗୁ ହୋଇଥିବାବେଳେ କିଭଳି କାମ ଆରମ୍ଭ କରାଗଲା ବୋଲି ପ୍ରଶ୍ନ ଉଠାଇଛନ୍ତି। ଠିକାସଂସ୍ଥାର ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ବିରୋଧ କରିଥିଲେ ମଧ୍ୟ ଠିକାସଂସ୍ଥା ଜୋର ଜବରଦସ୍ତ କାମ କରୁଥିବା ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ନିର୍ବାଚନ ଅଧିକାରୀ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ ପୂର୍ତ୍ତ ବିଭାଗର ଏସ୍‌ଡିଓ ରମେଶ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଘଟଣା ସମ୍ପର୍କରେ ତଦନ୍ତ କରାଯାଇ କାମ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri