ସ୍ବାଧୀନତାର ୭୬ ବର୍ଷ ପରେ ପୋଲ ନିର୍ମାଣ

ଦାରିଙ୍ଗବାଡି,୧୪।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଗାଁକୁ ରାସ୍ତା ନ ଥିବା ବେଳେ ଏକାଧିକ ଗ୍ରାମକୁ ନଦୀ, ନାଳ ଯୋଗୁ ଯିବା ଆସିବାରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳିସ୍ଥିତିରେ ବିଧାୟକ ସାଲୁଗା ପ୍ରଧାନ ରାଜ୍ୟ ସରକାରଙ୍କ ନିକଟରେ ସମସ୍ୟା ଜଣାଇଥିଲେ। ଫଳରେ ଗ୍ରାମାଞ୍ଚଳରେ ବିଜୁ ସେତୁ ଯୋଜନାରେ ପୋଲ ନିର୍ମାଣ ପାଇଁ ସରକାର ଅନୁଦାନ ପ୍ରଦାନ କରିଛନ୍ତି। ସେହି କ୍ରମରେ ତିଲୋରୀ ପଞ୍ଚାୟତ ଗଇସବାନ୍ଦାଠାରୁ ଜାଗାଡି ଦେଇ ସୁଜାମାଜୁକୁ ସଂଯୋଗ ପାଇଁ ଦୁଇଟି ପୋଲ ନିର୍ମାଣ ପାଇଁ ଅନୁଦାନ ରହିଛି। ପୂର୍ବରୁ ଆଇଟିଡିଏ ପକ୍ଷରୁ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ଆଉ ଏକ ପୋଲ ସିରକାମାହା ନାଳ ଉପରେ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର କରାଯାଇଛି। ଏଥିରେ ତତ୍କାଳ ତିଲୋରୀ ସମିତିସଭ୍ୟ ଇନ୍ଦ୍ରଜିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥିଭାବେ ଭାବେ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ଓଟିଡିସିସିଓଏଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଦିଲୀପ କୁମାର ପ୍ରଧାନ, ତିଲୋରୀ ସରପଞ୍ଚ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକ, କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍ବାଧୀନତାର ଦୀର୍ଘ ୭୬ ବର୍ଷ ପରେ ଦୁର୍ଗମ ଗ୍ରାମ ଜାଗାଡିକୁ ସରକାରଙ୍କ ପକ୍ଷରୁ ୪ କୋଟି ୪୨ଲକ୍ଷ ଅନୁଦାନରେ ବିଜୁସେତୁ ଯୋଜନାରେ ପୋଲ ନିର୍ମାଣ କରାଯିବ। ଏହି ପୋଲ ନିର୍ମାଣ ହେଲେ ଅଞ୍ଚଳରେ ପ୍ରାୟ ୧୦ ଖଣ୍ଡ ଗ୍ରାମର ହଜାର ହଜାର ଲୋକ ଫାଇଦା ପାଇବେ ପୂର୍ବରୁ ପୋଲ ନ ଥିବା ବେଳେ ସବୁଦିନିଆ ଭଲ ରାସ୍ତାଟିଏ ମଧ୍ୟ ନ ଥିବାରୁ ରୋଗୀଙ୍କୁ ଦୋଳା ସାହାଯ୍ୟରେ ବୋହି ନଦୀ ପାର କରାଯାଉଥିଲା। ତେବେ ରାସ୍ତା ସମ୍ପ୍ରସାରଣ ପାଇଁ ସର୍ଭେ କରାଯାଇଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ବିଜୁ ସେତୁ ଯୋଜନାରେ ପୋଲ ପାଇଁ ଅନୁଦାନ ଆସିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri