ସରକାରୀ ଅର୍ଥରେ ଘରୋଇ ରାସ୍ତା ନିର୍ମାଣ

ରସୁଲପୁର,୨୯ା୭(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ଦାସ ସରକାରୀ ଅର୍ଥ ବିନିଯୋଗକରି ଘରୋଇ ରାସ୍ତା ନିର୍ମାଣ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକାରୀ ଗ୍ରାମବାସୀ ଏନେଇ ଯାଜପୁର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଉକ୍ତ ଘଟଣାକୁ ତଦନ୍ତ କରାଯାଇ ବେଆଇନ ନିର୍ମାଣ କାର୍ଯ୍ୟରେ ସଂପୃକ୍ତ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।
ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ଅନୁଦାନରେ ପଞ୍ଚାୟତ ପକ୍ଷରୁ ଗ୍ରାମର ସମିତ ରଞ୍ଜନ ମହାନ୍ତିଙ୍କ ଘରଠାରୁ ମହାବୀର ଯୁବକ ସଂଘକୁ ସି.ସି ରୋଡ ଓ ଡ୍ରେନ ନିର୍ମାଣ ପାଇଁ ୩ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି। ପଞ୍ଚମ ରାଜ୍ୟ ଅର୍ଥ କମିଶନ ଅନୁଦାନରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ଉକ୍ତ ଅର୍ଥରେ ରାସ୍ତା ନିର୍ମାଣ କରାଯାଇଛି। ହେଲେ ପ୍ରକଳ୍ପ ସ୍ଥଳରେ ଡ୍ରେନ ହୋଇନାହିଁ ବୋଲି ଅଭିଯୋଗ ହେଉଛି। ଉକ୍ତ ରାସ୍ତାଟି ସରପଞ୍ଚଙ୍କ ପରିବାରର ୍ଯଯକ୍ତିଗତ ଜମିର ପ୍ଲଟ ନମ୍ବର-୧୧୨୭, ୧୦୮୦, ୧୦୮୧, ୧୧୨୩, ୧୧୨୨, ୧୧୧୯, ୧୦୮୫ ଉପରେ ନିର୍ମାଣ କରାଯାଇଛି। ଏପରି କି ଢଳେଇ ରାସ୍ତା ନିର୍ମାଣ ଆଳରେ ସରପଞ୍ଚ ନିଜ ଘର ଅଗଣାକୁ ପକ୍କାରେ ପରିଣତ କରିଛନ୍ତି। ଏହି ରାସ୍ତାରେ କେବଳ ସରପଞ୍ଚଙ୍କ ପରିବାରକୁ ଛାଡିଦେଲେ ଗ୍ରାମ୍ୟର ଅନ୍ୟ କୌଣସି ଜନସାଧାରଣ ବ୍ୟବହାର କରିବେ ନାହିଁ। ଉକ୍ତ ରାସ୍ତା ନିର୍ମାଣର ତଦାରଖ ଦାୟିତ୍ୱ ବିଭାଗୀୟ ଅଧନରେ ରହିଛି। ପଞ୍ଚାୟତ ନିର୍ବାହୀ ଅଧିକାରଙ୍କ ନାଁରେ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ନିୟମାମୁତାବକ ରାସ୍ତା ନିର୍ମାଣ ହେବା ପାଇଁ ପଞ୍ଚାୟତରେ ଫାଇଲ ଖୋଲା ଯାଇଛି। ହେଲେ ଜମିଜମା ସଂପର୍କିତ କାଗଜାଦ୍‌ ସଂଯୋଗ କରାଯାଇ ନାହିଁ। ପଞ୍ଚାୟତ ପକ୍ଷରୁ ବ୍ୟକ୍ତିଗତ ଜମିରେ ରାସ୍ତା ନିର୍ମାଣ କରାଯାଉଥିବା ଜାଣି ପଞ୍ଚାୟତ ପ୍ରଶାସନ ଜମିଜମା ସମ୍ପର୍କିତ ତ୍ଯଯକୁ ଅଣଦେଖା କରିଥିବା ନେଇ ସାଧାରଣରେ ଚର୍ଚ୍ଚା ଆଲୋଚନା ହେଉଛି। ସରପଞ୍ଚ ନିଜ କ୍ଷମତାକୁ ଅପବ୍ୟବହାର କରି ଏଭଳି କାର୍ଯ୍ୟ କରିଥିବାରୁ ଗ୍ରାମବାସୀଙ୍କ ମନରେ ଅସନ୍ତୋଷ ଦେଖା ଦେଇଛି। ଏ ନେଇ ସରପଞ୍ଚ ପ୍ରଶାନ୍ତ କୁମାର ଦାସଙ୍କୁ ପଚାରିବାରୁ ସେ ରାସ୍ତା ନିର୍ମାଣ ହୋଇଥିବା କଥାକୁ ସ୍ବୀକାର କରିଛନ୍ତି। ତେବେ ଏଠାରେ ଥିବା ପୁରୁଣା ରାସ୍ତାକୁ ସେ ମରାମତି କରିଛନ୍ତି ବୋଲି ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri