ସରକାରୀ ଅର୍ଥରେ ଘରୋଇ ରାସ୍ତା ନିର୍ମାଣ

ରସୁଲପୁର,୨୯ା୭(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ଦାସ ସରକାରୀ ଅର୍ଥ ବିନିଯୋଗକରି ଘରୋଇ ରାସ୍ତା ନିର୍ମାଣ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକାରୀ ଗ୍ରାମବାସୀ ଏନେଇ ଯାଜପୁର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଉକ୍ତ ଘଟଣାକୁ ତଦନ୍ତ କରାଯାଇ ବେଆଇନ ନିର୍ମାଣ କାର୍ଯ୍ୟରେ ସଂପୃକ୍ତ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।
ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ଅନୁଦାନରେ ପଞ୍ଚାୟତ ପକ୍ଷରୁ ଗ୍ରାମର ସମିତ ରଞ୍ଜନ ମହାନ୍ତିଙ୍କ ଘରଠାରୁ ମହାବୀର ଯୁବକ ସଂଘକୁ ସି.ସି ରୋଡ ଓ ଡ୍ରେନ ନିର୍ମାଣ ପାଇଁ ୩ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି। ପଞ୍ଚମ ରାଜ୍ୟ ଅର୍ଥ କମିଶନ ଅନୁଦାନରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ଉକ୍ତ ଅର୍ଥରେ ରାସ୍ତା ନିର୍ମାଣ କରାଯାଇଛି। ହେଲେ ପ୍ରକଳ୍ପ ସ୍ଥଳରେ ଡ୍ରେନ ହୋଇନାହିଁ ବୋଲି ଅଭିଯୋଗ ହେଉଛି। ଉକ୍ତ ରାସ୍ତାଟି ସରପଞ୍ଚଙ୍କ ପରିବାରର ୍ଯଯକ୍ତିଗତ ଜମିର ପ୍ଲଟ ନମ୍ବର-୧୧୨୭, ୧୦୮୦, ୧୦୮୧, ୧୧୨୩, ୧୧୨୨, ୧୧୧୯, ୧୦୮୫ ଉପରେ ନିର୍ମାଣ କରାଯାଇଛି। ଏପରି କି ଢଳେଇ ରାସ୍ତା ନିର୍ମାଣ ଆଳରେ ସରପଞ୍ଚ ନିଜ ଘର ଅଗଣାକୁ ପକ୍କାରେ ପରିଣତ କରିଛନ୍ତି। ଏହି ରାସ୍ତାରେ କେବଳ ସରପଞ୍ଚଙ୍କ ପରିବାରକୁ ଛାଡିଦେଲେ ଗ୍ରାମ୍ୟର ଅନ୍ୟ କୌଣସି ଜନସାଧାରଣ ବ୍ୟବହାର କରିବେ ନାହିଁ। ଉକ୍ତ ରାସ୍ତା ନିର୍ମାଣର ତଦାରଖ ଦାୟିତ୍ୱ ବିଭାଗୀୟ ଅଧନରେ ରହିଛି। ପଞ୍ଚାୟତ ନିର୍ବାହୀ ଅଧିକାରଙ୍କ ନାଁରେ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ନିୟମାମୁତାବକ ରାସ୍ତା ନିର୍ମାଣ ହେବା ପାଇଁ ପଞ୍ଚାୟତରେ ଫାଇଲ ଖୋଲା ଯାଇଛି। ହେଲେ ଜମିଜମା ସଂପର୍କିତ କାଗଜାଦ୍‌ ସଂଯୋଗ କରାଯାଇ ନାହିଁ। ପଞ୍ଚାୟତ ପକ୍ଷରୁ ବ୍ୟକ୍ତିଗତ ଜମିରେ ରାସ୍ତା ନିର୍ମାଣ କରାଯାଉଥିବା ଜାଣି ପଞ୍ଚାୟତ ପ୍ରଶାସନ ଜମିଜମା ସମ୍ପର୍କିତ ତ୍ଯଯକୁ ଅଣଦେଖା କରିଥିବା ନେଇ ସାଧାରଣରେ ଚର୍ଚ୍ଚା ଆଲୋଚନା ହେଉଛି। ସରପଞ୍ଚ ନିଜ କ୍ଷମତାକୁ ଅପବ୍ୟବହାର କରି ଏଭଳି କାର୍ଯ୍ୟ କରିଥିବାରୁ ଗ୍ରାମବାସୀଙ୍କ ମନରେ ଅସନ୍ତୋଷ ଦେଖା ଦେଇଛି। ଏ ନେଇ ସରପଞ୍ଚ ପ୍ରଶାନ୍ତ କୁମାର ଦାସଙ୍କୁ ପଚାରିବାରୁ ସେ ରାସ୍ତା ନିର୍ମାଣ ହୋଇଥିବା କଥାକୁ ସ୍ବୀକାର କରିଛନ୍ତି। ତେବେ ଏଠାରେ ଥିବା ପୁରୁଣା ରାସ୍ତାକୁ ସେ ମରାମତି କରିଛନ୍ତି ବୋଲି ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri