ନାଳ ଅବରୋଧ କରି ରାସ୍ତା ନିର୍ମାଣ

କେନ୍ଦୁଝର,୨୦ା୩(ସ୍ବ.ପ୍ର.):କେନ୍ଦୁଝର ସଦର ତହସିଲ ଅନ୍ତର୍ଗତ ଧୃର୍ପଦା ନିକଟରେ ରାସ୍ତା ନିର୍ମାଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଜାତୀୟ ରାଜପଥ ୪୯ କଡ଼ରେ ପୂର୍ତ୍ତ ବିଭାଗ ରାସ୍ତା ଏବଂ ଜାତୀୟ ରାଜପଥ ପାର୍ଶ୍ୱ ନାଳ ପୋତି ରାସ୍ତା ନିର୍ମାଣ କରାଯାଉଛି। ରାସ୍ତା ନିର୍ମାଣରେ କାରଖାନାର ବର୍ଜ୍ୟବସ୍ତୁ କଳାଗୁଣ୍ଡ ବ୍ୟବହାର କରାଯାଇଥିବାରୁ ଉକ୍ତ ଅଞ୍ଚଳରେ ଜଳ ଓ ବାୟୁ ପ୍ରଦୂଷଣ ହେଉଛି।
ପ୍ରକାଶ ଯେ, ଗତ ୮ ମାସ ତଳେ ରାସ୍ତା ନିର୍ମାଣ ବେଳେ ଅଭିଯୋଗ ପରେ ସଦର ତହସିଲ ପକ୍ଷରୁ ରାସ୍ତା କାମ ବନ୍ଦ କରାଯାଇଥିଲା। ଏବେ ପୁଣି ଉକ୍ତ ସ୍ଥାନରେ ରାସ୍ତା ନିର୍ମାଣ ହେଉଛି। ବର୍ତ୍ତମାନ ଚାଷଜମି ସଙ୍କୁଚିତ ହେବାକୁ ବସିଥିବାବେଳେ ରାସ୍ତା ନ ଥାଇ ଜମିମାଫିଆ ଜମି ମାଲିକଙ୍କୁ ପ୍ରଲୋଭିତ କରି କିଣାବିକା କରୁଛନ୍ତି। ଏଭଳି କ୍ଷେତ୍ରରେ ରାସ୍ତା ନ ଥିଲେ ମଧ୍ୟ ଜାତୀୟ ରାଜପଥ ଅଧିଗ୍ରହଣ ଜମି, ସରକାରୀ ଜମି, ନୟନଯୋରୀ କିସମ ଥାଇ ମଧ୍ୟ କାରଖାନାର ବର୍ଜ୍ୟବସ୍ତୁ ଆଣି ନାଳ ପୋତି ଦିଆଯାଇଛି। ରାସ୍ତା ହେବା ଫଳରେ ଜଳ ନିଷ୍କାସନ ରାସ୍ତାରେ ଅବରୋଧ ହେବା ସହ ଜାତୀୟ ରାଜପଥ ଡ୍ରେନ୍‌ରେ ଜଳ ଯିବାରେ ବାଧା ସୃଷ୍ଟି ହୋଇଛି। ପୂର୍ତ୍ତ ବିଭାଗ ରାସ୍ତା ଏବଂ ଜାତୀୟ ରାଜପଥ ପାର୍ଶ୍ୱରେ ନାଳ ପୋତି ରାସ୍ତା ନିର୍ମାଣ କରାଯାଉଛି। ଫଳରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରି ପାଣି ଜମି ରହୁଛି। ରାସ୍ତା ନିର୍ମାଣ ଯୋଗୁ ଜାତୀୟ ରାଜପଥ ପାର୍ଶ୍ୱରେ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଓଡ଼ିଶା ବନ ଉନ୍ନୟନ ନିଗମ ଦ୍ୱାରା କରାଯାଇଥିବା ବନୀକରଣ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏ ନେଇ ସଦର ତହସିଲଦାର ଆଶିଷ ମହାପାତ୍ରଙ୍କୁ ଯୋଗାଯୋଗ କରିବାରୁ ଘଟଣାର ଯାଞ୍ଚ କରି ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଜାତୀୟ ରାଜପଥ ପ୍ରାଧିକରଣର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ସଂସ୍ଥାର ମ୍ୟାନେଜର ପ୍ରଦୀପ କୁମାର ନରସିଂହ, ତଦନ୍ତ କରାଯାଇ ଜାତୀୟ ରାଜପଥ ଜମି ଏବଂ ନାଳକୁ ଅବରୋଧ ମୁକ୍ତ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri