ପ୍ଲାଷ୍ଟିକ୍‌ ବର୍ଜ୍ୟରେ ରାସ୍ତା ନିର୍ମାଣ

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପ୍ଲାଷ୍ଟିକ୍‌ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଏହି କ୍ରମରେ ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନାରେ ପ୍ଲାଷ୍ଟିକ୍‌ ବର୍ଜ୍ୟର ବ୍ୟବହାର ବଢ଼ାଯିବ। ଲୋକ ସେବା ଭବନରେ ଶୁକ୍ରବାର ହୋଇଥିବା ରାଜ୍ୟସ୍ତରୀୟ ଟାକ୍ସଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହା କହିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ ବିଭାଗ ଯନ୍ତ୍ରୀ ଏବଂ ବିଶେଷଜ୍ଞମାନଙ୍କ ସହ ବୈଠକ କରି ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍‌ ବର୍ଜ୍ୟର ନିୟମିତ ଯୋଗାଣ ଓ ବ୍ୟବହାର ନିଶ୍ଚିତ କରାଇବାକୁ ସରକାରୀସ୍ତରରେ ପଦକ୍ଷେପ ନିଆଯାଉଛି। ସିମେଣ୍ଟ ପ୍ରସ୍ତୁତିରେ ଅଧିକ ପ୍ଲାଷ୍ଟିକ୍‌ ବର୍ଜ୍ୟ ବ୍ୟବହାର ନିମନ୍ତେ ନିଜ ପ୍ଲାଣ୍ଟର ଦକ୍ଷତା ବଢ଼ାଇବାକୁ ସମ୍ପୃକ୍ତ କମ୍ପାନୀଗୁଡିକୁ କୁହାଯାଇଛି।
ଅନ୍ୟପକ୍ଷରେ ‘ଥରେ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ ନିଷିଦ୍ଧ ଆଇନ’କୁ ରାଜ୍ୟରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା କରି ଆଇନକୁ କଡ଼ାକଡ଼ି ଲାଗୁ କରିବାକୁ ଜିଲାପାଳ, ଡିଏଫ୍‌ଓ ଏବଂ ସମ୍ପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିଷିଦ୍ଧ ହୋଇଥିବା ‘ଥରେ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌’ ଉତ୍ପାଦନ ୟୁନିଟ୍‌ ଓ ବିକ୍ରି କରୁଥିବା ଦୋକାନୀଙ୍କ ବିରୋଧରେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ କୁହାଯାଇଛି। ନିଜ ଜିଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍‌ ବ୍ୟବହାର ବାରଣର ଅନୁପାଳନ ବିଷୟରେ ପ୍ରତି ମାସରେ ରିପୋର୍ଟ ଦେବାକୁ ଜିଲାପାଳ ଏବଂ ବନଖଣ୍ଡ ଅଧିକାରୀଙ୍କୁ କୁହାଯାଇଛି। ବିଦ୍ୟାଳୟଗୁଡିକରେ ଗଠନ ହୋଇଥିବା କମିଟି ଏନେଇ ଆରମ୍ଭ ହେବାକୁ ଥିବା ଅଭିଯାନରେ ସକ୍ରିୟଭାବେ ସାମିଲ ହେବେ। ସ୍ବତନ୍ତ୍ର ସ୍କ୍ବାଡ୍‌ ମାଧ୍ୟମରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ନିଷିଦ୍ଧ ପ୍ଲାଷ୍ଟିକ୍‌ ଉତ୍ପାଦନ, ବିପଣୀ ଓ ବ୍ୟବହାରକାରୀ ଦୋକାନୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବକୁ ନିର୍ଦ୍ଦେଶ ଦିଆଯାଇଛି।
ମୁଖ୍ୟ ଶାସନ ସଚିବ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୧୧,୬୯୩ ଗ୍ରାମରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ପରିଚାଳନା ନିମନ୍ତେ ଆବଶ୍ୟକ ଭିତ୍ତିଭୂମି ତିଆରି ହୋଇଛି। ୩୦୯୭ ଗ୍ରାମପଞ୍ଚାୟତରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ଦ୍ୱାରା କଠିନ ବର୍ଜ୍ୟବସ୍ତୁ ଏବଂ ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା କରାଯାଉଛି। ୧୩୦୬ ଗ୍ରାମରେ ଘରକୁ ଘର ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହୋଇଛି। ୧୩,୮୩୪ଟି ବର୍ଜ୍ୟ ପୃଥକୀକରଣ ସ୍ଥାନ ତିଆରି ହୋଇଛି। ୧୩,୪୫୫ ତିନିଚକିଆ ଗାଡ଼ିକୁ ଗ୍ରାମାଞ୍ଚଳରେ କଠିନ ବର୍ଜ୍ୟବସ୍ତୁ ସଂଗ୍ରହ ଓ ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ୨୦୨୧-୨୨ ବର୍ଷରୁ ଏବେ ସୁଦ୍ଧା ପ୍ରାୟ ୮୬ ଟନ୍‌ରୁ ଊର୍ଦ୍ଧ୍ୱ ପ୍ଲାଷ୍ଟିକ୍‌ ବର୍ଜ୍ୟ ଗ୍ରାମାଞ୍ଚଳରୁ ସଂଗ୍ରହ କରାଯାଇଛି। ଏହାକୁ ନିକଟତମ ସହରାଞ୍ଚଳ ବର୍ଜ୍ୟ ପରିଚାଳନା କେନ୍ଦ୍ରରେ ପହଞ୍ଚାଯାଇଛି। ଏହାଛଡ଼ା ପ୍ରାୟ ୧୯୦୦ ବର୍ଜ୍ୟ ଏକତ୍ରୀକରଣ ସଂସ୍ଥା ଇତିମଧ୍ୟରେ ୨୩୦୧ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ କରିଛନ୍ତି। ସଂଗୃହୀତ ପ୍ଲାଷ୍ଟିକ୍‌ର ପୁନଃ ବ୍ୟବହାର ପୂର୍ବବର୍ତ୍ତୀ ପ୍ରକ୍ରିୟାକରଣ ନିମନ୍ତେ ଘରୋଇ ନିବେଶ ସହଭାଗିତାରେ ସ୍ବତନ୍ତ୍ର ୟୁନିଟ ପ୍ରତିଷ୍ଠା କରାଯାଇଛି। ଗ୍ରାମପଞ୍ଚାୟତ ଓ ସ୍ବଚ୍ଛ ଭାରତ ଅଭିଯାନର ସହଯୋଗିତାରେ ଗ୍ରାମସ୍ତରୀୟ ବର୍ଜ୍ୟ ମହଜୁଦ ସେଡ୍‌ଗୁଡିକ ମଧ୍ୟ ନିର୍ମାଣ କରାଯାଇଛି। ପର୍ଯ୍ୟାୟକ୍ରମେ ସମସ୍ତ ପଞ୍ଚାୟତ ଓ ଗ୍ରାମକୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ ଏବଂ ପରିଚାଳନା କାର୍ଯ୍ୟକ୍ରମ ସହ ସଂଯୋଜିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri