ପ୍ଲାଷ୍ଟିକ୍‌ ବର୍ଜ୍ୟରେ ରାସ୍ତା ନିର୍ମାଣ

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପ୍ଲାଷ୍ଟିକ୍‌ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଏହି କ୍ରମରେ ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନାରେ ପ୍ଲାଷ୍ଟିକ୍‌ ବର୍ଜ୍ୟର ବ୍ୟବହାର ବଢ଼ାଯିବ। ଲୋକ ସେବା ଭବନରେ ଶୁକ୍ରବାର ହୋଇଥିବା ରାଜ୍ୟସ୍ତରୀୟ ଟାକ୍ସଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହା କହିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ ବିଭାଗ ଯନ୍ତ୍ରୀ ଏବଂ ବିଶେଷଜ୍ଞମାନଙ୍କ ସହ ବୈଠକ କରି ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍‌ ବର୍ଜ୍ୟର ନିୟମିତ ଯୋଗାଣ ଓ ବ୍ୟବହାର ନିଶ୍ଚିତ କରାଇବାକୁ ସରକାରୀସ୍ତରରେ ପଦକ୍ଷେପ ନିଆଯାଉଛି। ସିମେଣ୍ଟ ପ୍ରସ୍ତୁତିରେ ଅଧିକ ପ୍ଲାଷ୍ଟିକ୍‌ ବର୍ଜ୍ୟ ବ୍ୟବହାର ନିମନ୍ତେ ନିଜ ପ୍ଲାଣ୍ଟର ଦକ୍ଷତା ବଢ଼ାଇବାକୁ ସମ୍ପୃକ୍ତ କମ୍ପାନୀଗୁଡିକୁ କୁହାଯାଇଛି।
ଅନ୍ୟପକ୍ଷରେ ‘ଥରେ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ ନିଷିଦ୍ଧ ଆଇନ’କୁ ରାଜ୍ୟରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା କରି ଆଇନକୁ କଡ଼ାକଡ଼ି ଲାଗୁ କରିବାକୁ ଜିଲାପାଳ, ଡିଏଫ୍‌ଓ ଏବଂ ସମ୍ପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିଷିଦ୍ଧ ହୋଇଥିବା ‘ଥରେ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌’ ଉତ୍ପାଦନ ୟୁନିଟ୍‌ ଓ ବିକ୍ରି କରୁଥିବା ଦୋକାନୀଙ୍କ ବିରୋଧରେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ କୁହାଯାଇଛି। ନିଜ ଜିଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍‌ ବ୍ୟବହାର ବାରଣର ଅନୁପାଳନ ବିଷୟରେ ପ୍ରତି ମାସରେ ରିପୋର୍ଟ ଦେବାକୁ ଜିଲାପାଳ ଏବଂ ବନଖଣ୍ଡ ଅଧିକାରୀଙ୍କୁ କୁହାଯାଇଛି। ବିଦ୍ୟାଳୟଗୁଡିକରେ ଗଠନ ହୋଇଥିବା କମିଟି ଏନେଇ ଆରମ୍ଭ ହେବାକୁ ଥିବା ଅଭିଯାନରେ ସକ୍ରିୟଭାବେ ସାମିଲ ହେବେ। ସ୍ବତନ୍ତ୍ର ସ୍କ୍ବାଡ୍‌ ମାଧ୍ୟମରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ନିଷିଦ୍ଧ ପ୍ଲାଷ୍ଟିକ୍‌ ଉତ୍ପାଦନ, ବିପଣୀ ଓ ବ୍ୟବହାରକାରୀ ଦୋକାନୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବକୁ ନିର୍ଦ୍ଦେଶ ଦିଆଯାଇଛି।
ମୁଖ୍ୟ ଶାସନ ସଚିବ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୧୧,୬୯୩ ଗ୍ରାମରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ପରିଚାଳନା ନିମନ୍ତେ ଆବଶ୍ୟକ ଭିତ୍ତିଭୂମି ତିଆରି ହୋଇଛି। ୩୦୯୭ ଗ୍ରାମପଞ୍ଚାୟତରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ଦ୍ୱାରା କଠିନ ବର୍ଜ୍ୟବସ୍ତୁ ଏବଂ ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା କରାଯାଉଛି। ୧୩୦୬ ଗ୍ରାମରେ ଘରକୁ ଘର ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହୋଇଛି। ୧୩,୮୩୪ଟି ବର୍ଜ୍ୟ ପୃଥକୀକରଣ ସ୍ଥାନ ତିଆରି ହୋଇଛି। ୧୩,୪୫୫ ତିନିଚକିଆ ଗାଡ଼ିକୁ ଗ୍ରାମାଞ୍ଚଳରେ କଠିନ ବର୍ଜ୍ୟବସ୍ତୁ ସଂଗ୍ରହ ଓ ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ୨୦୨୧-୨୨ ବର୍ଷରୁ ଏବେ ସୁଦ୍ଧା ପ୍ରାୟ ୮୬ ଟନ୍‌ରୁ ଊର୍ଦ୍ଧ୍ୱ ପ୍ଲାଷ୍ଟିକ୍‌ ବର୍ଜ୍ୟ ଗ୍ରାମାଞ୍ଚଳରୁ ସଂଗ୍ରହ କରାଯାଇଛି। ଏହାକୁ ନିକଟତମ ସହରାଞ୍ଚଳ ବର୍ଜ୍ୟ ପରିଚାଳନା କେନ୍ଦ୍ରରେ ପହଞ୍ଚାଯାଇଛି। ଏହାଛଡ଼ା ପ୍ରାୟ ୧୯୦୦ ବର୍ଜ୍ୟ ଏକତ୍ରୀକରଣ ସଂସ୍ଥା ଇତିମଧ୍ୟରେ ୨୩୦୧ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ କରିଛନ୍ତି। ସଂଗୃହୀତ ପ୍ଲାଷ୍ଟିକ୍‌ର ପୁନଃ ବ୍ୟବହାର ପୂର୍ବବର୍ତ୍ତୀ ପ୍ରକ୍ରିୟାକରଣ ନିମନ୍ତେ ଘରୋଇ ନିବେଶ ସହଭାଗିତାରେ ସ୍ବତନ୍ତ୍ର ୟୁନିଟ ପ୍ରତିଷ୍ଠା କରାଯାଇଛି। ଗ୍ରାମପଞ୍ଚାୟତ ଓ ସ୍ବଚ୍ଛ ଭାରତ ଅଭିଯାନର ସହଯୋଗିତାରେ ଗ୍ରାମସ୍ତରୀୟ ବର୍ଜ୍ୟ ମହଜୁଦ ସେଡ୍‌ଗୁଡିକ ମଧ୍ୟ ନିର୍ମାଣ କରାଯାଇଛି। ପର୍ଯ୍ୟାୟକ୍ରମେ ସମସ୍ତ ପଞ୍ଚାୟତ ଓ ଗ୍ରାମକୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ସଂଗ୍ରହ ଏବଂ ପରିଚାଳନା କାର୍ଯ୍ୟକ୍ରମ ସହ ସଂଯୋଜିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri