ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି କାର୍ଯ୍ୟ ବ୍ରିଜ୍‌ ନିର୍ମାଣକୁ ଶେଷ କରିପାରିନାହଁି। ଲୋକମାନେ ଜୀବନକୁ ବାଜି ଲଗାଇ ନଦୀପାର ହୋଇ ଯାତାୟାତ କରୁଛନ୍ତି। ଅନେକ ଥର ଭରା ନଦୀରେ ଡଙ୍ଗା ବୁଡ଼ି ବହୁ ଜୀବନ ଯାଇଥିବା ନଜିର ମଧ୍ୟ ଏଠାରେ ରହିଛି। ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ପ୍ରବାହିତ ହେଉଛି ସିଲେରୁ ଓ ସାବେରୀ ନଦୀ। ବର୍ଷ ତମାମ ଏହି ନଦୀରେ ଜଳ ଥାଏ l ଏହି ଦୁଇ ନଦୀ ଦେଇ ମାଲକାନଗିରି ଜିଲା ଲୋକେ ଓ ଅନ୍ୟ ଜିଲାର ଲୋକେ ଯାତାୟାତ କରିଥାନ୍ତି l ସାବେରୀ ନଦୀର ଉପରମୁଣ୍ଡରେ ନିର୍ମାଣ ଚାଲିଥିବା ବ୍ରିଜ୍‌଼ ରାଞ୍ଚତ୍-ବିଜୟୱାଡାକୁ ସଂଯୋଗ କରୁଛି l ମାଲକାନଗିରିରୁ ପ୍ରତିଦିନ ରାଞ୍ଚତ୍-ବିଜୟୱାଡାକୁ ବସ୍‌ ଯାତାୟାତ କରିଥାଏ। ତେବେ ବ୍ରିଜ୍‌ ନିର୍ମାଣ ସମ୍ପୂର୍ଣ୍ଣ ନ ହେଉ ନ ଥିବାରୁ ମୋଟୁଠାରୁ ଅନ୍ୟ ପଥ ଦେଇ ଗଲେ ଛତିଶଗଡ଼ ୩୦ କି.ମି. ପଡ଼େ l ବ୍ରିଜ୍‌ ଦେଇ ଯାତାୟାତ କଲେ ୧ କି.ମି. ପଡ଼ିଥାଏ। ମାଓବାଦୀ ଅଧ୍ୟୁଷିତ ମାଲକାନଗିରି ଜିଲାକୁ ରାଞ୍ଚତ୍-ବିଜୟୱାଡା ଓ ହାଇଦ୍ରାବାଦ ସହ ଯୋଡ଼ିବା ପାଇଁ ଏହି ବ୍ରିଜ୍‌ ନିର୍ମାଣ ଚାଲିଛି। ୫ବର୍ଷ ହେଲା ଏହାର ନିର୍ମାଣ ଶେଷ ହୋଇପାରୁ ନ ଥିବାରୁ ଏନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି l ତୁରନ୍ତ ଏହାର ନିର୍ମାଣ କାର୍ଯ୍ୟ ସାରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri