ସତ୍ୟବିହାର-ମଞ୍ଚେଶ୍ୱର କେନାଲ ରାସ୍ତା ନିର୍ମାଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୫।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନଂ.୫ ଅନ୍ତର୍ଗତ ଜାତୀୟ ରାଜପଥ ୧୬ର ରିଲାଏନ୍ସ ଫ୍ରେସ୍‌ ନିକଟ ସତ୍ୟବିହାରରୁ ବାହାରି ମଞ୍ଚେଶ୍ୱର ଗାଁ ପର୍ଯ୍ୟନ୍ତ ଲମ୍ବିଥିବା କେନାଲ ରାସ୍ତା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏହାର ସମାଧାନ ପାଇଁ ସାମ୍ବାଦିକ ତଥା ସ୍ଥାନୀୟ ବାସିନ୍ଦା ସ୍ବରୂପ ଦାସଙ୍କ ନେତୃତ୍ୱରେ ଏକ ଟିମ୍‌ ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସ୍ଥାନୀୟ ବାସିନ୍ଦାଙ୍କ ଅନୁରୋଧକ୍ରମେ କମିଶନର ଶୁକ୍ରବାର ସକାଳେ ସେଠାରେ ପହଞ୍ଚତ୍ ଚାଲି ଚାଲି ରାସ୍ତାର ଅବସ୍ଥା ପରଖିଥିଲେ। ଏଥିସହିତ ସ୍ଥାନୀୟ ଲୋକଙ୍କ ସମସ୍ୟା ଅନୁଭବ କରିବା ସହ ସାମ୍ବାଦିକ ସ୍ବରୂପଙ୍କ ସମେତ ଅନୁପ କୁମାର ଖୁଣ୍ଟିଆ, ପ୍ରଶାନ୍ତ ବେହେରା ପ୍ରମୁଖ ସ୍ଥାନୀୟ ବାସିନ୍ଦାଙ୍କ ସହିତ ଆଲୋଚନା କରିବା ସହିତ ଶୀଘ୍ର ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଲୋକେ କେନାଲକୁ ଛାଡୁଥିବା ମଇଳା ପାଣି ବନ୍ଦ କରିବା ସହିତ ପଠାଣି ଜେନା ମାର୍ଗର ନିର୍ମାଣ ଓ ଦୁଇ କେନାଲ ବନ୍ଧ ରାସ୍ତାକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ପରାମର୍ଶ ଦେଇଥିଲେ।
ଏହି ରାସ୍ତାଟି କୋଲକାତା-ଭୁବନେଶ୍ୱର ଓ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ସଂଯୋଗ ଛକକୁ ଲାଗି ରହିଛି। ରାସ୍ତା ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ୫୦ ହଜାରରୁ ଅଧିକ ଲୋକ ନିର୍ଭର କରିଥାନ୍ତି। ମଞ୍ଚେଶ୍ୱର ଗାଁ, ସତ୍ୟବିହାର, କିଷନ ନଗର, ସପ୍ତସତୀ ନଗର, ମଞ୍ଚନାଥ ନଗର, ସମେଇଗାଡିଆ, ଚକେଇସିଆଣି, ଭିଏସ୍‌ଏସ୍‌ ନଗର, ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଆଦି ଅଞ୍ଚଳର ଯାନବାହାନ ମଧ୍ୟ ଏହିବାଟ ଦେଇ ଯାତାୟାତ କରିଥାଏ। ମାତ୍ର ଦୀର୍ଘବର୍ଷ ହେବ ଏଠାକାର ଅଞ୍ଚଳବାସୀ ଖରାପ ରାସ୍ତା ପାଇଁ ଦୁର୍ଦ୍ଦଶାର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri