ସୌରଶକ୍ତିଚାଳିତ ବ୍ୟାଟେରି ସାଇକେଲ ନିର୍ମାଣ

ଜଟଣୀ,୩।୩(ଡି.ଏନ.ଏ.): ଇଚ୍ଛାଶକ୍ତି ଥିଲେ ନିଶ୍ଚିତ କାର୍ଯ୍ୟ ସଫଳତା ହୋଇଥାଏ। ଏହି ଉକ୍ତିକୁ କାର୍ଯ୍ୟରେ ପରିଣତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ଛାତ୍ରମାନେ। ଏହି ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ମିଳିତ ଭାବେ ଚେଷ୍ଟା କରି ଏକ ବ୍ୟାଟେରି ସାଇକେଲ ନିର୍ମାଣ କରିଛନ୍ତି। ଯାହାକି ସୌରଶକ୍ତି ଦ୍ୱାରା ଚାର୍ଜ ହୋଇ ଚାଲିପାରିବ। ଅଧ୍ୟାପକ ତଥା ଗବେଷକ ସ୍ମୃତିରଞ୍ଜନ ନାୟକଙ୍କ ମାର୍ଗଦର୍ଶନରେ ଉଭୟ ବିଦ୍ୟୁତ୍‌ ଏବଂ ସୌରଶକ୍ତି ଦ୍ୱାରା ପରିଚାଳିତ ଉକ୍ତ ସାଇକେଲ ନିର୍ମାଣ କରିଛନ୍ତି। ବର୍ତ୍ତମାନ ସମୟରେ ପେଟ୍ରୋଲ ଏବଂ ଡିଜେଲର ଅହେତୁକ ଦର ବୃଦ୍ଧି ସହିତ ପରିବେଶ ପ୍ରଦୂଷଣ ରୋକିବାରେ ଉକ୍ତ ସାଇକେଲ ବେଶ୍‌ ସହାୟକ ହୋଇପାରିବ ବୋଲି ଗବେଷକ ସ୍ମୃତିରଞ୍ଜନ ନାୟକ ଆଶା ପୋଷଣ କରିଛନ୍ତି। ଏହାର ବହନ କ୍ଷମତା ୮୦ କିଲୋଗ୍ରାମ ଏବଂ ଥରେ ଚାର୍ଜ କରିଲେ ଘଣ୍ଟା ପ୍ରତି ୧୮.୫କିଲୋମିଟର ବେଗରେ ୪୬ କିଲୋମିଟର ପର୍ଯ୍ୟନ୍ତ ଯାଇପାରିବ ବୋଲି ନିର୍ମାଣ କରିଥିବା ଛାତ୍ରମାନେ ଦାବି କରିଛନ୍ତି। ସାଇକେଲରେ ୨୫୦ ହର୍ସ ପାୱାରର ଏକ ମୋଟର, ଏକ କଣ୍ଟ୍ରୋଲର ଏବଂ ୧୨ ଭୋଲଟର ଦୁଇଟି ବ୍ୟାଟେରି ଲଗାଯାଇଛି। ବିଦ୍ୟାଳୟର ଛାତ୍ର ଆଶିଷ କୁମାର, ମନୀଷ କୁମାର, ହର୍ଷ, ଉତ୍କର୍ଷ, ରିୟାଜୁଲ ଏବଂ ଆକିବ ପ୍ରମୁଖ ଶେଷ ବର୍ଷ ଛାତ୍ରମାନେ ମିଳିତ ଭାବେ ଇକୋ ଫ୍ରେଣ୍ଡଲି ହୋଇ ଏହି ସାଇକେଲକୁ ନିର୍ମାଣ କରିଥିବାରୁ କୁଳପତି ଡ. ସୁପ୍ରିୟା ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri