Posted inଭଦ୍ରକ

ଆରମ୍ଭ ହେଲା ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ

ପଦ୍ମପୁର, ୧୬।୧(ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ ପ୍ରତିଶ୍ରୁତି ଦେଇଛି। ଜିଲାପାଳ ତ୍ରିଲୋଚନ ମାଝି, ଉପଜିଲାପାଳ ମନୋଜ କୁମାର ପାତ୍ର, ଏସ୍‌ପି ଚରଣ ସିଂ ମୀନା, ଡିଆଇବି ଡିଏସ୍‌ପି କମଳ ଲୋଚନ ଭୂୟାଁ, ଏସ୍‌ଡିପିଓ ପ୍ରଭାସ ଚନ୍ଦ୍ର ପାଲ, ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ, ଚାନ୍ଦବାଲି ତହସିଲଦାର ସୁଶାନ୍ତ କୁମାର ସୂତାର, ନାୟକାଣିଡିହୀ ଥାନାଧିକାରୀ ସୁଶାନ୍ତ କୁମାର ମିଶ୍ର, ସରପଞ୍ଚଙ୍କ ପ୍ରତିନିଧି ତପନ କୁମାର ଭୂୟାଁ, ଭାଜପା ନେତା ମାଧବାନନ୍ଦ ମଲ୍ଲିକ, କଂଗ୍ରେସ ନେତା ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ବିସ୍ଥାପିତମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ଦାବି ମୁତାବକ ପ୍ରତି ପରିବାରକୁ ୧୦ ଡିସିମିଲ ଜାଗା, ଏକ ଆବାସ ଗୃହ, ଗୃହ ନିର୍ମାଣ ପାଇଁ ଆର୍ଥିକ ସହାୟତା ଓ ଜୀବିକା ପ୍ରଭାବିତ ହେଉଥିବା ବିସ୍ଥାପିତମାନଙ୍କ ପରିବାରର ଜୀବିକା ଅର୍ଜନ ଲାଗି ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଘୋଷଣା କରାଯାଇଥିଲା। ଦାବି ପୂରଣ ପ୍ରତିଶ୍ରୁତି ମିଳିବା ପରେ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଏୟାରଷ୍ଟ୍ରିପ୍‌ କାର୍ଯ୍ୟ ସୂଚାରରୂପେ ପରିଚାଳନା ପାଇଁ ନୋଡାଲ ଅଫିସର ଭାବେ ଚାନ୍ଦବାଲି ତହସିଲଦାର ସୂତାରଙ୍କୁ ଦାୟିତ୍ୱ ଦିଆଯାଇଛି। ସ୍ଥାନୀୟ ଜନସାଧାରଣ ଜିଲାର ବୃହତ୍‌ ସ୍ବାର୍ଥ ତଥା ଅଞ୍ଚଳର ବିକାଶ ପାଇଁ ଏହି ନିର୍ମାଣ କାର୍ଯ୍ୟରେ ସହଯୋଗ କରିବାକୁ ପ୍ରଶାସନ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri