ପ୍ରାଚୀ ନଦୀରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ

ନିମାପଡ଼ା,୫ା୭(ଡି.ଏନ୍‌.ଏ.): ନିମାପଡ଼ା ଜଳସମ୍ପଦ ବିଭାଗ ଡିଭିଜନ ଅନ୍ତର୍ଗତ କାକଟପୁର ସବ୍‌ଡିଭିଜନର କାକଟପୁର ମା’ ମଙ୍ଗଳା ମନ୍ଦିର ନିକଟରେ ୨୦କୋଟି ଟଙ୍କା ବ୍ୟୟରେ ପ୍ରାଚୀ ନଦୀ ଉପରେ ଏକ ନୂତନ ବ୍ୟାରେଜ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ବ୍ୟାରେଜ ନିର୍ମାଣ ହେବା ଦ୍ୱାରା କାକଟପୁରରେ ବର୍ଷା ଓ ବନ୍ୟାଜଳ ପ୍ରବେଶ କରିପାରିବ ନାହିଁ। ଏଥିସହ ଚାଷକ୍ଷେତ୍ରରେ ଚାଷୀମାନେ ବହୁତ ଉପକୃତ ହୋଇପାରିବେ ବୋଲି ନିମାପଡ଼ା ଜଳସମ୍ପଦ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଶଶିଭୂଷଣ ମିଶ୍ର କହିଛନ୍ତି। ଅନ୍ୟପକ୍ଷେ ଦେବୀ ନଦୀର ଦକ୍ଷିଣପାର୍ଶ୍ୱ ୧୭କି.ମି. ନଦୀବନ୍ଧର ସୁଦୃଢ଼ୀକରଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ଏହି କାର୍ଯ୍ୟ ସମ୍ପନ୍ନ ହେଲେ ବନ୍ୟାଦାଉରୁ ଦେବୀ ନଦୀର ତଟବର୍ତ୍ତୀ ଅଞ୍ଚଳର ଲୋକେ ରକ୍ଷାପାଇପାରିବେ। ମୁଖ୍ୟ କଥା ହେଲା ସହନ-ବଳଭଦ୍ରପୁରରେ ସାଢ଼େ ୭କିମି, କୁହୁଡି-ପଇଚଳିଆ ୩କିମି, ଉକୁଳେଇ-ଅସ୍ତରଙ୍ଗ ଅଢ଼େଇ କିମି, ଝାଡ଼ଲିଙ୍ଗ-ବେଳଙ୍ଗରେ ୨୨କିମି ବିଶିଷ୍ଟ ଲୁଣାଘେରି ବନ୍ଧର ସୁଦୃଢ଼ୀକରଣ କାର୍ଯ୍ୟ ଚାଲିଛି। ଏହି ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ତ୍ୱରାନ୍ବିତ ହେବ ବୋଲି ନିର୍ବାହୀଯନ୍ତ୍ରୀ ଶଶିଭୂଷଣ ମିଶ୍ର ସୂଚନା ଦେଇଛନ୍ତି। ନିର୍ମିତ ହେଉଥିବା ଲୁଣା ଘେରିବନ୍ଧରେ ୩୪ଟି ସ୍ଲୁଇସ୍‌ ଗେଟ୍‌ ଜଳସମ୍ପଦ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବାବେଳେ ଘେରିବନ୍ଧ ଉପରେ ଗମନାଗମନ ପାଇଁ ପକ୍କା ସଡ଼କର ନିର୍ମାଣ କାର୍ଯ୍ୟ ମଧ୍ୟ ଚାଲିଛି। ଏହି କାର୍ଯ୍ୟ ଖୁବ୍‌ଶୀଘ୍ର ସମ୍ପନ୍ନ ହେବ ବୋଲି ନିର୍ବାହୀ ଯନ୍ତ୍ରୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri