ସେତୁ ନିର୍ମାଣ କାର୍ଯ୍ୟ ବିଳମ୍ବିତ

କୁତ୍ରା, ୨୦।୧୨(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଞ୍ଚଳରେ ନିର୍ମାଣ ହେଉଥିବା ସେତୁଗୁଡିକୁ ପରିଦର୍ଶନ କରିବା ସହ ନିର୍ମାଣ ବିଳମ୍ବ ହେଉଥିବା ଯୋଗୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ତଥା ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ। ଏହା ସହ ଏହାର ନିର୍ମାଣ କାର୍ଯ୍ୟ ଯେପରି ତ୍ୱରାନ୍ବିତ ହୋଇପାରିବ ସେ ନେଇ ଦାୟିତ୍ୱରେ ଥିବା ଯନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ପୂର୍ବାହ୍ନରେ ମନ୍ତ୍ରୀ ଘଡ଼େଇ, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ରାଜ୍ୟ ଉପସଭାପତି ମଙ୍ଗଳା କିଷାନଙ୍କ ସହ ପ୍ରଥମେ ଜଉରାମୁଣ୍ଡା ତରକେରା ରାସ୍ତାର କାଣ୍ଟି ନାଳ ଉପରେ ୨୮୫.୪୮ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେଉଥିବା ୫୪ ମିଟର ବିଶିଷ୍ଟ ବିଜୁ ସେତୁର କାର୍ଯ୍ୟକୁ ତଦାରଖ କରିଥିଲେ। ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବୀତ କରିବା ପାଇଁ ବିଭାଗୀୟ ଯନ୍ତ୍ରୀମାନଙ୍କୁ କହିଥିଲେ। ଏହା ସହ ଏଠାରେ ଆବଶ୍ୟକତାକୁ ଦେଖି ଗାର୍ଡୱାଲ ସହ ଏହି କାଣ୍ଟି ନାଳରେ ଏ ଡ୍ୟାମର ଯୋଜନା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଦୀର୍ଘ ବର୍ଷରୁ ନିର୍ମାଣ ଆରମ୍ଭ ହୋଇ କାର୍ଯ୍ୟରେ ବିଳମ୍ବିତ ହେଉଥିବା ସମଲାଇମୁଣ୍ଡା ତରକେରା ରାସ୍ତାର ତମ୍ବୁ ନାଳା ସେତୁ କାର୍ଯ୍ୟ ତଦାରଖ କରିବା ସହ ନିର୍ମାଣ କାର୍ଯ୍ୟରେ ହେଉଥିବା ବିଳମ୍ବ ନେଇ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଯେପରି ଏହାର ନିର୍ମାଣ କାର୍ଯ୍ୟ ଶୀଘ୍ର ସମାପ୍ତ ହେବ ସେଥିପାଇଁ ପଦକ୍ଷେପ ନେବାକୁ କହିଥିଲେ। ଏହା ସହ ଜଉରାମୁଣ୍ଡାରୁ ତରକେରା ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ମୁଖ୍ୟମନ୍ତ୍ରୀ ରାସ୍ତା କାର୍ଯ୍ୟର ମଧ୍ୟ ତଦାରଖ କରିଥିଲେ। ଶେଷରେ କୁତ୍ରାରେ ନବ ନିର୍ମିତ ତଥା ଚଳିତ ଶିକ୍ଷାବର୍ଷରେ ପାଠ୍ୟକ୍ରମ ଆରମ୍ଭ କରାଯାଇଥିବା ସରକାରୀ ଆଇଟିଆଇକୁ ବୁଲି ଦେଖିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ଯୋଗୁ ନିର୍ମାଣରେ ବିଳମ୍ବିତ ହେଉଥିବା ସେତୁ ୨ଟିର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହେବ ବୋଲି ଅଞ୍ଚଳବାସୀ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri