ସେତୁ ନିର୍ମାଣ କାର୍ଯ୍ୟ ବିଳମ୍ବିତ

କୁତ୍ରା, ୨୦।୧୨(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଞ୍ଚଳରେ ନିର୍ମାଣ ହେଉଥିବା ସେତୁଗୁଡିକୁ ପରିଦର୍ଶନ କରିବା ସହ ନିର୍ମାଣ ବିଳମ୍ବ ହେଉଥିବା ଯୋଗୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ତଥା ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ। ଏହା ସହ ଏହାର ନିର୍ମାଣ କାର୍ଯ୍ୟ ଯେପରି ତ୍ୱରାନ୍ବିତ ହୋଇପାରିବ ସେ ନେଇ ଦାୟିତ୍ୱରେ ଥିବା ଯନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ପୂର୍ବାହ୍ନରେ ମନ୍ତ୍ରୀ ଘଡ଼େଇ, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ରାଜ୍ୟ ଉପସଭାପତି ମଙ୍ଗଳା କିଷାନଙ୍କ ସହ ପ୍ରଥମେ ଜଉରାମୁଣ୍ଡା ତରକେରା ରାସ୍ତାର କାଣ୍ଟି ନାଳ ଉପରେ ୨୮୫.୪୮ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେଉଥିବା ୫୪ ମିଟର ବିଶିଷ୍ଟ ବିଜୁ ସେତୁର କାର୍ଯ୍ୟକୁ ତଦାରଖ କରିଥିଲେ। ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବୀତ କରିବା ପାଇଁ ବିଭାଗୀୟ ଯନ୍ତ୍ରୀମାନଙ୍କୁ କହିଥିଲେ। ଏହା ସହ ଏଠାରେ ଆବଶ୍ୟକତାକୁ ଦେଖି ଗାର୍ଡୱାଲ ସହ ଏହି କାଣ୍ଟି ନାଳରେ ଏ ଡ୍ୟାମର ଯୋଜନା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଦୀର୍ଘ ବର୍ଷରୁ ନିର୍ମାଣ ଆରମ୍ଭ ହୋଇ କାର୍ଯ୍ୟରେ ବିଳମ୍ବିତ ହେଉଥିବା ସମଲାଇମୁଣ୍ଡା ତରକେରା ରାସ୍ତାର ତମ୍ବୁ ନାଳା ସେତୁ କାର୍ଯ୍ୟ ତଦାରଖ କରିବା ସହ ନିର୍ମାଣ କାର୍ଯ୍ୟରେ ହେଉଥିବା ବିଳମ୍ବ ନେଇ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଯେପରି ଏହାର ନିର୍ମାଣ କାର୍ଯ୍ୟ ଶୀଘ୍ର ସମାପ୍ତ ହେବ ସେଥିପାଇଁ ପଦକ୍ଷେପ ନେବାକୁ କହିଥିଲେ। ଏହା ସହ ଜଉରାମୁଣ୍ଡାରୁ ତରକେରା ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ମୁଖ୍ୟମନ୍ତ୍ରୀ ରାସ୍ତା କାର୍ଯ୍ୟର ମଧ୍ୟ ତଦାରଖ କରିଥିଲେ। ଶେଷରେ କୁତ୍ରାରେ ନବ ନିର୍ମିତ ତଥା ଚଳିତ ଶିକ୍ଷାବର୍ଷରେ ପାଠ୍ୟକ୍ରମ ଆରମ୍ଭ କରାଯାଇଥିବା ସରକାରୀ ଆଇଟିଆଇକୁ ବୁଲି ଦେଖିଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ଯୋଗୁ ନିର୍ମାଣରେ ବିଳମ୍ବିତ ହେଉଥିବା ସେତୁ ୨ଟିର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହେବ ବୋଲି ଅଞ୍ଚଳବାସୀ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri